ଅପରାଧ ରାଜ୍ୟ

ଆଇଟିଆଇ କଲେଜରେ ଛାତ୍ରଙ୍କୁ ରାଗିଂ ! ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ଭଦ୍ରକ ୧୦।୦୯ : ଛାତ୍ରଙ୍କୁ ରାଗିଂ ଅଭିଯୋଗ। ରାଗିଂରେ କଥା ସହିନପାରି ଆତ୍ମହତ୍ୟା ଊଦ୍ୟମ। ବିଷ ପିଇ ଗୁରୁତର ଅଵସ୍ଥାରେ ପ୍ରଥମେ ତିହିଡି ଓ ପରେ ଭଦ୍ରକ ମେଡିକାଲ ସ୍ଥାନାନ୍ତର । ଅଵସ୍ଥାରେ ସୁଧାର ନହେବାରୁ କଟକ ସ୍ଥାନାନ୍ତରିତ କରାଯାଇଛି। ଭଦ୍ରକ ଜିଲ୍ଲା ତିହିଡି଼ ବଜାରରେ ଥିବା ପୂର୍ଣ୍ଣଚନ୍ଦ୍ର ଆଇଟିଆଇ କଲେଜରେ ଘଟିଛି ଏହି ଅଘଟଣ ।

ଖବର ଅନୁଯାୟୀ, ଭଦ୍ରକରେ ଆଇଟିଆଇ କଲେଜ ଛାତ୍ରଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ। ରାଗିଂ ସହିନପାରି ଛାତ୍ର ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କୁ ଗୁରୁତର ଅଵସ୍ଥାରେ ପ୍ରଥମେ ତିହିଡି ଓ ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅଵସ୍ଥାରେ ସୁଧାର ନହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ତିହିଡି଼ ବଜାରରେ ଥିବା ଏକ ଘରୋଇ ଆଇଟିଆଇ କଲେଜରେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି । କଲେଜରୁ ଘରକୁ ଫେରିବା ପରେ ସେ ବିଷ ପିଇ ଦେଇଥିଲେ। ଘରେ ଅଚେତ ହୋଇ ପଡିବା ସହ ଗୁରୁତର ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ତୁରନ୍ତ ହସ୍ପିଟାଲ ନେଇଥିଲେ । ବିଷ ପାଇଥିବା ଛାତ୍ର ଜଣକ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗରେ ପଢନ୍ତି । ସେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ପରେ କଲେଜରେ ରାଗିଂ ହେଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।