ରାଜ୍ୟ

ଆଉ ୨୨ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗୀରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ଼ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।

୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦଗୁଡ଼ିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନଏସି ଓ ୫ଟି ନୂଆ ପୌରପରିଷଦ ଗଠନ ବିଷୟ ଘୋଷଣା କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।