ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଜିଠାରୁ ଖୋଲିଲା ସ୍କୁଲ ଓ କଲେଜ: ଅଫ୍‌ଲାଇନ୍‌ ପାଠପଢ଼ା ଆରମ୍ଭ

ଭୁବନେଶ୍ବର: ସୋମବାରଠାରୁ ରାଜ୍ୟର ସବୁ ସରକାରୀ ଓ ଘରୋଇ ସ୍କୁଲ ଓ କଲେଜ ଖୋଲିଛି। ଆଜିଠାରୁ ୮ମ ଶ୍ରେଣୀରୁ ଉପରକୁ ସମସ୍ତ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଅଫ୍‌ଲାଇନ୍‌ ପାଠପଢ଼ା ଆରମ୍ଭ ହୋଇଛି। ଏଥିସହ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସମେତ ଅନ୍ୟାନ୍ୟ ବୈଷୟିକ ଓ ପ୍ରଫେସନାଲ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ଖୋଲିଛି। ସ୍କୁଲ ଓ କଲେଜ ଖୋଲିବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଛି। ଅଫ୍‌ଲାଇନ୍‌ ପାଠପଢ଼ା ହେଲେ ସେମାନେ ଭଲ ଭାବେ ପାଠ ବୁଝିପାରିବେ ବୋଲି ଛାତ୍ରଛାତ୍ରୀମାନେ ମତ ଦେଇଛନ୍ତି। କୋଭିଡ କଟକଣା ଭିତରେ ଶିକ୍ଷାଦାନ ଆରମ୍ଭ ହୋଇଛି।

ଗତକାଲି ଶିକ୍ଷାନୁଷ୍ଠାନଗୁଡ଼ିକରେ ଥିବା ସମସ୍ତ ହଷ୍ଟେଲଗୁଡ଼ିକ ଖୋଲାଯାଇଥିଲା। କ୍ୟାମ୍ପସକୁ ବିଶୋଧନ କରାଯିବା ସହ କ୍ଲାସରୁମ୍‌ରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କିଭଳି ସାମାଜିକ ଦୂରତା ରହିବ ସେନେଇ ବ୍ୟବସ୍ଥା ହୋଇଥିଲା। ସିଟ୍‌ଗୁଡ଼ିକ ମଧ୍ୟରେ ଯଥା ସମ୍ଭବ ଦୂରତା ରକ୍ଷା କରାଯାଇଛି।

ସୂଚନାଯୋଗ୍ୟ ଯେ ରାଜ୍ୟରେ କରୋନାର ୩ୟ ଲହର ପ୍ରଭାବ ପଡ଼ିବାରୁ ଜାନୁଆରି ପ୍ରଥମ ସପ୍ତାହରେ ସ୍କୁଲ-କଲେଜଗୁଡ଼ିକୁ ବନ୍ଦ କରାଯାଇଥିଲା। ଅଫ୍‌ଲାଇନ୍‌ ପାଠପଢ଼ା ବନ୍ଦ ସହ ଅନ୍‌ଲାଇନ୍‌ କ୍ଲାସ ଚାଲିଥିଲା। ମାତ୍ର ଏବେ କରୋନା ସଂକ୍ରମଣ କମିଛି। ଏହି ଲହରରେ ମେଡିକାଲରେ ଲୋକେ କମ୍‌ ସଂଖ୍ୟାରେ ଭର୍ତ୍ତି ହେଉଛନ୍ତି। ସ୍ଥିତି ନିୟନ୍ତ୍ରଣକୁ ଆସିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ କମ୍‌ ରହୁଛି। ଏଥିସହ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ କରୋନା ଟିକା ଦିଆଯାଉଛି। ତେଣୁ ଛାତ୍ରଛାତ୍ରୀଙ୍କ ବୃହତ୍ତର ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ସରକାର ସ୍କୁଲ-କଲେଜ ଖୋଲିବାକୁ ଗତ ସପ୍ତାହରେ ନିଷ୍ପତ୍ତି ନେଇଥିଲେ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି