ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠାରୁ ପାଗ ଶୁଖିଲା, ବଢ଼ିବ ଖରା

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ୨ ସପ୍ତାହ ହେଲା ରାଜ୍ୟରେ ମେଘୁଆ ପାଗ ଓ ବର୍ଷା ଲାଗି ରହିଥିବା ବେଳେ ଆଜି (ଶନିବାର)ଠାରୁ ଏଥିରେ ପରିବର୍ତ୍ତନ ହେବ। ରାଜ୍ୟରେ ଖରା ବଢ଼ିବା ସହ ତାପମାତ୍ରା ୩ରୁ ୫ଡିଗ୍ରି ଯାଏ ବଢ଼ିବ। ଫଳରେ ପୁଣି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର କହିଛି, ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

Skymet Weather

ଅନ୍ୟପଟେ ଶନିବାର ଦିନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ସେହି ଅଞ୍ଚଳରେ ହିଁ ୭ ତା‌ରିଖ ଦିନ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଧୀରେଧୀରେ ଅଧିକ ଘନୀଭୂତ ହେବ ଓ ୮ ତାରିଖ ସୁଦ୍ଧା ଏକ ଅବପାତର ରୂପ ନେବ। ଧୀରେଧୀରେ ଅବପାତଟି ଉତ୍ତର ଦିଗରେ ଗତି କରିବା ସହ ଅଧିକରୁ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ। ତେବେ ଆସନ୍ତ‌ା ୭ ତାରିଖ ଲଘୁଚାପ ସୃଷ୍ଟି ପରେ ବାତ୍ୟାର ଗତିପଥ, ତୀବ୍ରତା ନେଇ ଅଧିକ ସ୍ପଷ୍ଟ କହି ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।