ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠୁ ଆରମ୍ଭ ହେଲା ବିଜେପିର ମହା ଜନସମ୍ପର୍କ ଅଭିଯାନ: ଜୁନ୍‌ରେ ଆ‌ସିବେ ମୋଦୀ, ଶାହ, ରାଜନାଥ

ଭୁବନେଶ୍ବର : କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଆଜିଠାରୁ ବିଜେପିର ମହା ଜନସମ୍ପର୍କ ଅଭିଯାନ ଆରମ୍ଭ ହୋଇଛି। ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଭିଯାନରେ ସାରା ଦେଶରେ ୫୧ଟି ‘ମହାରାଲି’ ଆୟୋଜନ କରାଯିବ। ଏଥିରୁ ଓଡ଼ିଶାରେ ୪ଟି ‘ମହାରାଲି’ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ଯୋଗଦେବେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ବୁଧବାର ଦିନ ରାଜ୍ୟ କାର୍ଯ୍ୟ‌ାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସାମଲ କହିଛନ୍ତି ଯେ ମୋଦୀ ସରକାରଙ୍କ ସେବା, ସୁଶାସନ ଓ ଗରିବକଲ୍ୟାଣର ଗତ ୯ ବର୍ଷର ସଫଳତାକୁ ପ୍ରତ୍ୟେକ ଘରେ ପହଞ୍ଚାଇବା ପାଇଁ ଏହି ମହାରାଲି ଆୟୋଜନ କରାଯାଉଛି। ରାଜସ୍ଥାନରେ ଆଜମେରରେ ଆଜି ଏହାର ଶୁଭାରମ୍ଭ ହୋଇଛି। ଏହି କ୍ରମରେ ଓଡ଼ିଶାରେ ୪ଟି ମହାରାଲି ହେବ। ଏହାସହ ରାଜ୍ୟରେ ହଜାରେରୁ ଅଧିକ ଜନସଭା ଅନୁଷ୍ଠିତ ହେବ। ରାଜ୍ୟରେ ଡବଲ୍ ଇଞ୍ଜିନ ସରକାର ପାଇଁ ୧ କୋଟି ପରିବାରକୁ ସମସ୍ତ ୩୭୬୦୬ ବୁଥ୍‌ର ୫ ଲକ୍ଷ କାର୍ଯ୍ୟକର୍ତା ଭେଟି ମୋଦୀ ସରକାରଙ୍କ ସଫଳତା ବିଷୟରେ ଚର୍ଚ୍ଚା କରିବେ।

ରାଜ୍ୟରେ ମହା ଜନସମ୍ପର୍କ ଅଭିଯାନକୁ ସଫଳ କରିବା ପାଇଁ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଆବାହକତ୍ବରେ ଏକ ରାଜ୍ୟ କମିଟି ଗଠନ କରାଯାଇଛି। ରାଜ୍ୟରେ ୨୧ଟି ଲୋକସଭା କ୍ଷେତ୍ରକୁ ସମୁଦାୟ ୬ଟି କ୍ଲଷ୍ଟରରେ ବିଭକ୍ତ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ, ଅର୍ଜୁନ ମୁଣ୍ଡା, ନିତ୍ୟାନନ୍ଦ ରାୟଙ୍କ ସମେତ ଓଡ଼ିଶାର ୩ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ବର ଟୁଡୁ ପ୍ରମୁଖ ଏହି ମହା ଜନସଂପର୍କ ଅଭିଯାନରେ ସାମିଲ ହେବେ।

ଏହି ସାମ୍ବାଦିକ ସମ୍ମିଳନୀରେ ମହା ଜନସଂପର୍କ ଅଭିଯାନର ରାଜ୍ୟ ଆବାହକ ତଥା ସାଂସଦ ପ୍ରତାପ ଷଡ଼ଙ୍ଗୀ, ଉପସଭାନେତ୍ରୀ ପ୍ରଭାତୀ ପରିଡ଼ା, ଅନୀତା ଶୁଭଦର୍ଶିନୀ, ମୁଖପାତ୍ର ସୁଦୀପ୍ତ ରାୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶାରଦା ଶତପଥୀ ଏବଂ ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।