ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ପୁରୀରେ ହବିଷ୍ୟାଳୀଙ୍କ ଭିଡ଼

ପୁରୀ: ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ବି ଗହଳିରେ ଭରି ଉଠିଛି। ସବୁ ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ ହୋଇଥିବାରୁ ହବିଷ୍ୟାଳୀମାନେ ମାସଟେ ଧରି କାର୍ତ୍ତିକ ବ୍ରତ ପାଳନ କରନ୍ତି। କାର୍ତ୍ତିକ ବ୍ରତ ପାଇଁ ପୁରୀରେ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଦେଖିବାକୁ ମିଳିଛି ।ବ୍ରତଧାରୀ ହବିଷ୍ୟାଳୀମାନେ ମାସେ ଧରି ହବିଷ୍ୟାନ୍ନ ପାଳିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ହଜାର ହଜାର ସଂଖ୍ୟାରେ ହବିଷ୍ୟାଳୀମାନେ ଶ୍ରୀକ୍ଷେତ୍ରରେ ଭିଡ଼ ଲଗାଇଛନ୍ତି। ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ସରକାରଙ୍କ ପକ୍ଷରୁ ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳିଙ୍କ ପାଇଁ ପ୍ରତିଦିନ ଶ୍ରୀମନ୍ଦିର ଯାଆସ ଓ ମହାପ୍ରଭୁଙ୍କ ରାଇଦାମୋଦର ବେଶ ଦର୍ଶନ ପାଇଁ ସ୍ୱତନ୍ତ୍ର ଗାଡ଼ିର ବ୍ୟବସ୍ଥା ହୋଇଛି। ଶ୍ରୀକ୍ଷେତ୍ରରେ ଭିଡ଼ ଜମୁଥିବା ବେଳେ ହଇରାଣ ହେଉଛନ୍ତି ହବିଷ୍ୟାଳୀ। ଶିବିରରୁ ଶିବିର ବୁଲି ନାକେଦମ ହେଉଛନ୍ତି ବିଭିନ୍ନ ସ୍ଥାନରୁ ଆସିଥିବା ହବଷ୍ୟାଳୀ। ପ୍ରଶାସନ ପକ୍ଷରୁ ମାତ୍ର ୩ ହଜାର ହବିଷ୍ୟାଳୀଙ୍କ ପାଇଁ ବନ୍ଦୋବସ୍ତ କରାଯାଇଛି। କିନ୍ତୁ ଏହାଠାରୁ ଅଧିକ ହବିଷ୍ୟାଳୀ ଆସିଥିବାରୁ ଓ ସେମାନଙ୍କ ନାଁ ପଂଜିକରଣ କରାଯାଉନଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ