ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକାକରଣ, ଅନଲାଇନ୍ ଓ ଅଫ୍ ଲାଇନ୍‌ରେ କରିପାରିବେ ରେଜିଷ୍ଟ୍ରେସନ

ଭୁବନେଶ୍ୱର ୧୬।୦୩: ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା। ଯେଉଁ ପିଲାମାନେ ୨୦୧୦ ମାର୍ଚ୍ଚ ୧୫ ପୂର୍ବରୁ ଜନ୍ମ ହୋଇଥିବେ ସେମାନଙ୍କୁ ହିଁ ଟିକା ଦିଆଯିବ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି।

ତେବେ ଟିକା ନେବା ଲାଗି ଜନ୍ମ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ । ୧୨ରୁ ୧୪ ବର୍ଷର ପିଲାମାନଙ୍କୁ କେବଳ କୋର୍ବେଭାକ୍ସ ଟିକା ଦିଆଯିବ । ୨୮ ଦିନ ବ୍ୟବଧାନରେ ଦୁଇଟି ଡୋଜ ଦିଆଯିବ । ପୂର୍ବରୁ ଯେଉଁ ନିୟମାବଳୀ ଆଧାରରେ ଟିକାକରଣ ହେଉଥିଲା, ଏ ବର୍ଗଙ୍କ ଲାଗି ମଧ୍ୟ ସମାନ ନିୟମ ରହିବ । ଉଭୟ ଅନଲାଇନ ଓ ଅଫଲାଇନ ପଞ୍ଜିକରଣ ଜରିଆରେ ଟିକା ଦିଆଯିବ । ସ୍କୁଲଗୁଡ଼ିକରେ ଟିକାକରଣକୁ ତ୍ୱରାନ୍ୱିତ କରାଯିବ । ଟିକାକରଣରେ ଶିକ୍ଷକମାନେ ସହଯୋଗ କରିବେ ।

ସେହିପରି ସ୍କୁଲ ଟାଇମିଂ ଅନୁସାରେ ଟିକାକରଣ କରିବାକୁ CDMO ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶିକ୍ଷା ବିଭାଗ, SC-ST ବିଭାଗ ସହ ସମନ୍ୱୟ ରଖି କରାଯିବ ଟିକାକରଣ । ଏବେ ରାଜ୍ୟରେ ୧୫ ଲକ୍ଷ ୪୭ ହଜାର କୋର୍ବେଭାକ୍ସ ଟିକା ମହଜୁଦ ଅଛି । ସବୁ ଜିଲ୍ଲାକୁ ଏହି ଟିକା ପଠାଯାଇଛି । କିଛି ଉପାନ୍ତ ଜିଲ୍ଲାକୁ ଛାଡିଦେଲେ ଅନ୍ୟ ସବୁ ଜିଲ୍ଲାକୁ ଆଜି ରାତି ସୁଦ୍ଧା ଟିକା ପହଞ୍ଚଯିବ । ଟିକା ନେବାକୁ ରାଜ୍ୟରେ ୧୨ରୁ ୧୪ ବୟସ ବର୍ଗର ୧୫ ଲକ୍ଷ ୨୧ ହଜାର ପିଲା ରହିଛନ୍ତି । ଏମାନଙ୍କ ଟିକାକରଣ ଲାଗି ୩ ହଜାର ଟିକାଦାତା ଓ ୩ ହଜାର ଭେରିଫାୟାର ନିୟୋଜିତ ହେବେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ