ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର: ରାଜ୍ୟରେ ଏବେ ଶୀତ କମିଛି, ବିଭିନ୍ନ ସ୍ଥାନରେ କୁହୁଡ଼ି ପଡ଼ୁଛି। ଅନ୍ୟପଟେ ପଶ୍ଚିମା ଝଡ଼ ପ୍ରଭାବରେ ଆଜି ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପାଗ ମେଘୁଆ ରହିଥିଲା। ଆସନ୍ତାକାଲି ଓ ୧୮ ତାରିଖ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବର୍ଷା ଓ ମେଘୁଆ ପାଗ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ରହିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପାଣିପାଗ କେନ୍ଦ୍ର କହିଛି, ଆସନ୍ତାକାଲି କିଛି ସ୍ଥାନରେ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିବ। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟଠାରେ ୭ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଫୁଲବାଣୀଠାରେ ୧୦.୫ ଡିଗ୍ରି ରହିଛି। ସେହିଭଳି କଟକର ସର୍ବନିମ୍ନ ତାପମାତ୍ରା ୧୯ ଡିଗ୍ରି ଓ ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରି ରହିଥିଲା। ଆସନ୍ତାକାଲି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ସକାଳୁ କୁହୁଡ଼ିଆ ରହିବ। ପାଗ ଆଂଶିକ ମେଘୁଆ ରହିବା ସହ ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରି ମଧ୍ୟରେ ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l