ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଆଜି ଓଡିଶା ଆସୁଛି ୩ଲକ୍ଷରୁ ଅଧିକ କରୋନା ଟିକା, ଯେତିକି ଆସୁଛି ତାହା ୩ ଦିନ ହିଁ ଯିବ

ଭୁବନେଶ୍ୱର ୦୬।୦୪: ଆଜି ଅପରାହ୍ନରେ ୩ ଲକ୍ଷ ୪୯ ହଜାର ଟିକା ଓଡ଼ିଶାରେ ପହଞ୍ଚିବ । ଯେତିକି ଟିକା ଆସୁଛି ତାହା ୩ ଦିନ ହିଁ ଯିବ । ଯଦି ଅଧିକ ଟିକା ନ ଆସେ ତେବେ ଆଗକୁ ଟିକା କରଣ ବାଧାପ୍ରାପ୍ତ ହେବର ସମ୍ଭାବନା ରହିଛି । ତେଣୁ ପୁଣି ଆଉ ଥରେ ଆମେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିବୁ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ସେହିପରି ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆମର ଗତକାଲି ୨ ଲକ୍ଷ ୬୩ ହଜାର ୪୧ ଟିକା କରଣ ହୋଇଛି । ପ୍ରତିଦିନ ୨ ଲକ୍ଷ ଟିକା କରଣର ଟାର୍ଗେଟ ରହିଥିଲା । ଏବେ କିନ୍ତୁ ଏହା ବୃଦ୍ଧି ପାଇଛି । ୫ ଦିନରେ ୧୦ ଲକ୍ଷ ଟାର୍ଗେଟ ଥିବା ବେଳେ ୧୧ ଲକ୍ଷ ପାର କରିଛି । ରାଜ୍ୟରେ ବର୍ତ୍ତମାନ ୩ ଲକ୍ଷ ୪୭ ହଜାର କୋଭିସିଲଡ଼ ଟିକା ମହଜୁଦ ଅଛି । ହିଟୱେଭ ପାଇଁ ଆମେ ଟିକା କରଣର ସମୟ ପରିବର୍ତ୍ତନ କରିଛୁ । ସେକେଣ୍ଡ ୱେଭ ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଅଧିକ ଦ୍ରୁତ ଗତିରେ ସଂକ୍ରମଣ ହେଉଛି । ଏଥିରେ ଗୋଟିଏ ଆଶ୍ୱସ୍ତି କର କଥା ହେଉଛି ଡେଥ ରେଟ ନାହିଁ । କରୋନା ସଂକ୍ରମଣ ଟିକିଏ କମିବା ପରେ ଲୋକମାନେ ପୁଣି ବେପରୁଆ ହୋଇଗଲେ । କିନ୍ତୁ ଏବେ ସମୟ ଆସିଛି ଲୋକମାନେ ନିଜକୁ ସଚେତନ କରନ୍ତୁ । ଗାଇଡ଼ ଲାଇନର ଅନୁପାଳନ କରନ୍ତୁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ