ଜଗତସିଂହପୁର ୧୧।୧୦: ଆଜି ବିଭିନ୍ନ ଦେବୀ ପୀଠରେ ପାଳିତ ହେଉଛି ସପ୍ତମୀ ପୂଜା । ଏହାକୁ ନେଇ ଚଳଚଞ୍ଚଳ ହୋଇଛି ଜଗତସିଂହପୁର ଜିଲା ଝଙ୍କଡ଼ ସ୍ଥିତ ମା ଶାରଳାଙ୍କ ପୀଠ । ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ପାର୍ବଣ ପୂଜା ମହାଷ୍ଟମୀ ପର୍ଯ୍ୟନ୍ତ, ଦୀର୍ଘ ୧୪ ଦିନ ବ୍ୟାପି ମାଙ୍କ ପୀଠରେ ଅନୁଷ୍ଠିତ ହେବ ।
ତେବେ ଏହି ଅବସରରେ ମା ଶାରଳାଙ୍କୁ ବିଭିନ୍ନ ବେଶରେ ସୁସଜିତ କରାଯିବା ସହିତ ଷୋଡଶ ଉପଚାର ପୂଜା, ଚଣ୍ଡୀ ପାଠ ଆଦି ଆୟୋଜିତ ହେଉଛି ।ସପ୍ତମୀ ଓ ଅଷ୍ଟମୀ ଦୁଇ ଦିନ ମା ମହିଷାମରଦିନି ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ । କୋଭିଡ ନିୟମକୁ ପାଳନ କରି ଶ୍ରଦ୍ଧାଳୁ ମାନେ ମାଆଙ୍କୁ ଦର୍ଶନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି ।

