ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଆଜି ନବୀନ-ମୋଦୀ ସାକ୍ଷାତ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ଦିନିଆ ଗସ୍ତ‌ରେ ଆସି ବୁଧବାର ଦିନ ଦିଲ୍ଲୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସାମ୍ବାଦିକମାନଙ୍କୁ ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ଅବସରରେ ସେ ରାଜ୍ୟ ସ୍ବାର୍ଥ ସମ୍ବଳିତ ବିଭିନ୍ନ ଦାବି ଉପସ୍ଥାପନ କରିବେ ବୋଲି କହିଛନ୍ତି। ହେଲେ ନିର୍ଦ୍ଦିଷ୍ଟ ଭାବେ ସେ କେଉଁ ସବୁ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବେ ସେ ନେଇ ମୁଖ୍ୟମନ୍ତ୍ରୀ କୌଣସି ସୂଚନା ଦେଇନାହାନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦିଲ୍ଲୀରେ ଓଡ଼ିଶାର କେନ୍ଦ୍ର ନିକଟରେ ପଡ଼ିରହିଥିବା ବିଭିନ୍ନ ପ୍ରସ୍ତାବ ଓ ଦାବିଗୁଡ଼ିକର ସମୀକ୍ଷା କରିବେ। ଏଥି ସହିତ ଦିଲ୍ଲୀ ରହଣି କାଳରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀମାନଙ୍କ ସହିତ ସାକ୍ଷାତ ଆଲୋଚନା କରିବାର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ