ଧର୍ମ ରାଜ୍ୟ

ଆଜି ପବିତ୍ର ଅଶୋକାଷ୍ଟମୀ, ରଥରେ ବସି ମାଉସୀ ଘରକୁ ଯିବେ ପ୍ରଭୁ ଶ୍ରୀଲିଙ୍ଗରାଜ

ଭୁବନେଶ୍ୱର ୦୯।୦୪: ଆଜି ପବିତ୍ର ଅଶୋକାଷ୍ଟମୀ । ଭକ୍ତ ଭଗବାନଙ୍କର ହେବ ଭେଟ । ଗଡିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରଥରେ ବସି ମାଉସୀ ଘରକୁ ଯିବେ ଶ୍ରୀଲିଙ୍ଗରାଜ । ଅପରାହ୍ନ ସାଢେ ୩ଟାରେ ଆରମ୍ଭ ହେବ ରଥ ଟଣା ।

ଖବର ଅନୁଯାୟୀ, ଭୋରରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହୋଇ ଯାଇଛି । ଦିନ ୩ ଟା ୩୦ରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ୫ ଦିନ ଧରି ହେବାକୁଥିବା ରୁକୁଣା ରଥଯାତ୍ରା ପାଇଁ ଚଳଚଞ୍ଚଳ ଏକାମ୍ରକ୍ଷେତ୍ର । ଏଥର ଭକ୍ତଙ୍କ ଗହଳିରେ ଗଡିବ ରୁକୁଣା ରଥ। ଦୀର୍ଘ ଦୁଇ ବର୍ଷ ପରେ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ସାମିଲ ହେବେ ଭକ୍ତ । ପ୍ରଶାସନ ପକ୍ଷରୁ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ବ ଦିଆଯାଇଛି ।

ସେହିପରି ରଥ ଟଣା ବେଳେ ଭିଡ ଅଧିକ ହେବ ବୋଲି ଆକଳନ କରାଯାଉଛି । ତେଣୁ ଏଥର ଯାତ୍ରାରେ ଭକ୍ତଙ୍କ ସୁରକ୍ଷା ସହ ଶାନ୍ତିଶୃଙ୍ଖଳାକୁ ଅଗ୍ରାଧିକାର ଦିଆଯାଇଛି । ସେପଟେ ଶ୍ରୀଲିଙ୍ଗରାଜଙ୍କ ରଥଯାତ୍ରା ପାଇଁ ଆଜି ଓ ୧୩ତାରିଖ ଦିନ ଦିନ ମାଉସୀ ମା’ ଛକଠାରୁ ରଥ ରୋଡ୍ ପର୍ଯ୍ୟନ୍ତ ଗାଡି ଚଳାଚଳ ଉପରେ କଟକଣା ଜାରି ହୋଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ