ଧର୍ମ ରାଜ୍ୟ

ଆଜି ପବିତ୍ର ଦଶହରା ବା ବିଜୟାଦଶମୀ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜଶ୍ୱେର ବେଶ

ପୁରୀ ୦୫।୧୦ : ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହେଉଛି। ଏହି ଅବସରରେ ଆଜି ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବେ। ତେବେ କୋଭିଡ କଟକଣା ଯୋଗୁ ଦୁଇବର୍ଷ ଧରି ଭକ୍ତ ମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନରୁ ବଞ୍ଚିତ ଥିବାବେଳେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି। ସେପଟେ ଦଶହରା ଅବସରରେ ମା ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ହେବା ପରେ ବିସର୍ଜନ ଅନୁଷ୍ଠିତ ହେବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ