କଳା ଓ ସଂସ୍କୃତି ଦେଶ ବିଦେଶ ଧର୍ମ ରାଜ୍ୟ ସ୍ୱାସ୍ଥ୍ୟ

ଆଜି ପୁରୀ ଲୋକନାଥଙ୍କ ପୀଠରେ ପଙ୍କ ଉଦ୍ଧାର ନୀତି, କୋଭିଡ୍ କଟକଣା ଲାଗି ସାମିଲ ହେବେ ସ୍ୱଳ୍ପ ସଂଖ୍ୟକ ସେବାୟତ

ପୁରୀ ୦୯।୦୩: ଆଜି ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହେବ। ବର୍ଷକରେ ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଦର୍ଶନ କରିଥାନ୍ତି ଶ୍ରଦ୍ଧାଳୁ । ଶ୍ରୀଲୋକନାଥ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହୋଇଥାଏ।

ବର୍ଷତମାମ ଫୁଲ, ବେଲପତ୍ର, କ୍ଷୀର, କଦଳୀ, ଦହି, ସୁନାରୂପାରେ ଆଛାଦିତ ହୋଇ ରହୁଥିବା ମହାପ୍ରଭୁ ଶ୍ରୀଲୋକନାଥଙ୍କ ଏହି ସମସ୍ତ ସାମଗ୍ରୀକୁ ବାହାର କରାଯିବ। ତେବେ ଏଥର ଏସବୁ ନୀତି କୋଭିଡ କଟକଣା ମଧ୍ୟରେ ସ୍ବଳ୍ପ ସଂଖ୍ୟକ ସେବାୟତଙ୍କୁ ନେଇ ଏହି ଅନୁଷ୍ଠିତ ହେବ। ଦର୍ଶନ ପାଇଁ ମନ୍ଦିରର ଗମ୍ଭୀରା ଭିତରକୁ ଯିବା ଉପରେ କଟକଣା ଥିବା ବେଳେ ବାହାରୁ ଥାଇ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।

ସେହିପରି ମାସ୍କ ପିନ୍ଧିବା, ସାନିଟାଇଜ କରିବା ସହ ସାମାଜିକ ଦୂରତ୍ବ ଉପରେ ଗୁରୁତ୍ବ ଦିଆଯାଇଛି । ଭକ୍ତଙ୍କ ଥର୍ମାଲ୍ ସ୍କ୍ରିନିଂ ମଧ୍ୟ କରାଯିବ। ସକାଳ ୮ ଟାରୁ ପଙ୍କୋଦ୍ଧାର କରାଯିବ। ଏହାପରେ ଦିନ ୨ଟାରୁ ସାଧାରଣ ଭକ୍ତମାନେ ପ୍ରଭୁ ଲୋକନାଥଙ୍କ ଦର୍ଶନ କରିପାରିବେ। ସେହିପରି ଜାଗର ଯାତ୍ରା ଅବସରରେ ବୁଧବାର ରାତ୍ର ୧୨.୩୦ରୁ ଦ୍ବାର ଫିଟା ସହ ପ୍ରଭୁଙ୍କର ବିଭିନ୍ନ ନୀତିକାନ୍ତି ଅନୁଷ୍ଠିତ । ପରେ ଭୋର ୪ ଟାରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏହି ଦର୍ଶନ ବ୍ୟବସ୍ଥା ଗୁରୁବାର ମଧ୍ୟ ରାତ୍ରୀ ପର୍ଯ୍ୟନ୍ତ ଚାଲିବା ପରେ ଭୋର ୪ ଟାରେ ମହାଦୀପ ଉଠିବ।

ତେବେ ମନ୍ଦିର ପରିସରରେ କିମ୍ବା ବାହାରେ ଏକାଠି ବସି ଦୀପ ଜାଳିବା ଉପରେ କଟକଣା ଜାରି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ରହିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ