ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଆଜି ବାହାରିବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ, ଅପରାହ୍ନ ୪ଟାରେ ଓ୍ବେବ୍ ସାଇଟ୍‌ରେ ଆସିବ ରେଜଲ୍ଟ

ଭୁବନେଶ୍ୱର ୨୭।୦୭: ଆଜି ପ୍ରକାଶ ପାଇବ ଯୁକ୍ତ -୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ରେଜଲ୍ଟ ବାହାରିବ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ www.orisssaresults.nic.in ଏବଂ chseodisha.nic.in ୱେବ୍ ସାଇଟ୍ ରେ ପରୀକ୍ଷାଫଳ ଉପଲବ୍ଧ ହେବ।

ତେବେ ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ସାମ୍ ସ କଲେଜ ଇ-ସ୍ପେସ୍ ରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ପାଇପାରିବେ। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷାଫଳ ପ୍ରକାଶ କରାଯିବ। କଳା ଓ ଧନ୍ଦାମୂଳକ ବିଭାଗର ଉତ୍ତର ଖାତା ମୂଲ୍ୟାୟନ ଶେଷ ହୋଇଛି। ଏବେ ଟାବୁଲେସନ ଜାରି ରହିଛି। ଅଗଷ୍ଟ ପ୍ରଥମ ସପ୍ତାହରେ ଏହି ଦୁଇ ବିଭାଗର ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏବର୍ଷ ବିଜ୍ଞାନରେ ୭୮ହଜାର ୭୭ ଜଣ ଓ ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

ସେହିପରି କଳାରେ ୨ଲକ୍ଷ ୧୩ହଜାର ୪୩୨ ଏବଂ ୫ହଜାର ୮୬୩ ଜଣ ଧନ୍ଦା ମୂଳକ ପରୀକ୍ଷା ଦେଇଥିଲେ । ଆଜି ପୁସ୍ତିକା ଉନ୍ମୋଚନ ଉତ୍ସବରେ ମନ୍ତ୍ରୀଙ୍କ ସମେତ ବିଭାଗୀୟ ସଚିବ, ପରିଷଦ ଅଧ୍ୟକ୍ଷ, ପରୀକ୍ଷା ନିୟନ୍ତ୍ରକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶକ ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି