କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ନୀତିକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ ୨୮।୧୧: ମହାକାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ପଞ୍ଚୁକର ତ୍ରୟୋଦଶୀ ତିଥିରେ ଆଜି ମହାପ୍ରଭୁଙ୍କ ତ୍ରୀବିକ୍ରମ ବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ସୁବ୍ୟବସ୍ଥା କରାଯାଇଛି।

ଶୁକ୍ରବାର ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥିବା ବେଳେ ଆଜି ମହାପ୍ରଭୁ ତ୍ରୀବିକ୍ରମ ବା ଆଡ଼ିକିଆ ବେଶରେ ବିଭୂଷିତ ହେବେ। କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥିରେ ଅବକାଶ ନୀତି ସମାପନ ହେବା ପରେ ପୁଷ୍ପାଳକ ସେବାୟତଙ୍କ ଦ୍ୱାରା ଆଡ଼ିକିଆ ବେଶ କରାଯାଇଥାଏ। ଆଡ଼ିକିଆ ବେଶରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ। ସୋଲ, କନା, ବେତ, ଜମ୍ୱୁରା ଓ କଇଁଥ ଅଠାରେ ନିର୍ମିତ ହେବା ପରେ ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଖୋସା ଯାଇଥାଏ। ତ୍ରୀବିକ୍ରମ ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି। ତେବେ କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ଥିବାରୁ ପତିତପାବନଙ୍କ ଦର୍ଶନ ଲାଗି ସିଂହଦ୍ବାର ସମ୍ମୁଖରେ ଶ୍ରଦ୍ଧାଳୁଙ୍କ ବେଶ୍ ଗହଳି ଜମିଛି। ଆସନ୍ତାକାଲି ଚତୁର୍ଦ୍ଦଶୀ ତିଥିରେ ଶ୍ରୀଜୀଉଙ୍କର ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବା ସହ ଶେଷ ଦିନ ଅର୍ଥାତ୍ ପୁର୍ଣ୍ଣମୀରେ ରାଜରାଜେଶ୍ୱର ବା ସୁନାବେଶରେ ବିଭୂଷିତ ହେବେ ଶ୍ରୀଜୀଉ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,