ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ସରିବ ଓଏଚ୍‌ଆର୍‌ସି ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ଓଡ଼ିଶା ମାନବ ଅଧିକାର ଆୟୋଗ (ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଜଷ୍ଟିସ୍ ବିଜୟ କ୍ରିଷ୍ଣା ପଟେଲ ଜାନୁଆରି ୨୩ରେ କାର୍ଯ୍ୟରୁ ଅବସର ନେବେ। ଡିସେମ୍ବର ୧, ୨୦୨୦ରେ ଜଷ୍ଟିସ୍ ପଟେଲ ମାନବ ଅଧିକାର କମିସନ ଅଧ୍ୟକ୍ଷ ଦାୟିତ୍ବ ନେଇଥିଲେ ହେଁ ଆସନ୍ତାକାଲି ତାଙ୍କୁ ୭୦ ବର୍ଷ ହେଉଥିବାରୁ ସେ ଅବସର ନେବେ। ତେଣୁ ଓଏଚ୍‌ଆର୍‌ସିର ନୂଆ ଅଧ୍ୟକ୍ଷ ବାଛିବା ପାଇଁ ଆସନ୍ତା ୨୪ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ବୋଲି ଜଣାପଡ଼ିଛି।

ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏବେ ଓଏଚ୍‌ଆର୍‌ସିର ଜଣେ ସଦସ୍ୟଙ୍କ ପଦବି ଖାଲି ପଡ଼ିଛି। ତେଣୁ ଏକସଙ୍ଗେ ଅଧ୍ୟକ୍ଷ ଓ ସଦସ୍ୟଙ୍କୁ ନିଯୁକ୍ତି ଦିଆଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରି ୨୪ରେ ଅପରାହ୍ନ ୫ଟା ଏବଂ ୫ଟା ୧୫ରେ ଅନଲାଇନ୍‌ରେ ଦୁଇଟି ବୈଠକ ଡାକିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ ଗୃହ ବିଭାଗ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରମୁଖ ଯୋଗଦେବେ। ଏହି କମିଟି ପ୍ରଥମେ ଓଏଚ୍‌ଆର୍‌ସିର ଅଧ୍ୟକ୍ଷ ଏବଂ ପରେ ସଦସ୍ୟଙ୍କ ନାମ ଉପରେ ଆଲୋଚନା କରିବ। ଏହାପରେ ରାଜ୍ୟପାଳଙ୍କୁ ନାମ ସୁପାରିସ୍‌ କରାଯିବ। ଏହା ପରେ ରାଜ୍ୟପାଳ ହିଁ ଚୂଡ଼ାନ୍ତ ନିଷ୍ପତ୍ତି ନେବେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।