ଧର୍ମ

ଆଜି ସାବିତ୍ରୀ ଅମାବାସ୍ୟା, ସ୍ୱାମୀଙ୍କ ମଙ୍ଗଳ କାମନା କରି ବ୍ରତ ରଖିଥାନ୍ତି ସଧବା

ଭୁବନେଶ୍ୱର ୧୦।୦୬: ଆଜି ସାବିତ୍ରୀ ଅମାବସ୍ୟା। ଓଡିଆ ଘରର ଏହି ପର୍ବକୁ ସାଧାରଣରେ ସଧବା ମାନେ ହିଁ ପାଳନ କରିଥାନ୍ତି। ସ୍ୱାମୀଙ୍କର ଉତମ ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ କାମନା କରି ସଧବା ନାରୀମାନେ ଜ୍ୟେଷ୍ଠ ମାସ ଅମାବାସ୍ୟାରେ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି। ଏହି ବ୍ରତରେ ନାରୀମାନେ ସାବିତ୍ରୀ, ଯମଦେବ ଓ ସତ୍ୟବାନକୁ ପୂଜା କରିଥାନ୍ତି। ସ୍ୱାମୀ ହିଁ ସ୍ତ୍ରୀର ସର୍ବସ୍ୱ।

କିମ୍ବଦନ୍ତୀ ଅନୁସାରେ, ସତ୍ୟବାନ ଅଳ୍ପାୟୁ ଥିଲେ ବି ମୃତ୍ୟୁକୁ ଜୟ କରିଥିଲେ। ଏହା ସମ୍ଭବ ହୋଇଥିଲା ତାଙ୍କ ସ୍ତ୍ରୀ ସାବିତ୍ରୀଙ୍କ ପାଇଁ। ଜଣେ ଶ୍ରେଷ୍ଠ କନ୍ୟା ହେଲେ ସାବିତ୍ରୀ। ସେ ଥିଲେ ରାଜକନ୍ୟା। ସାବିତ୍ରୀ ଦେବୀଙ୍କୁ ପ୍ରାର୍ଥନା କରି ମାଦ୍ରଦେଶର ରାଜା ଅଶ୍ୱପତି ତାଙ୍କୁ କନ୍ୟା ରୂପେ ପାଇଥିଲେ। ସତ୍ୟବାନଙ୍କ ରୂପ ଓ ଗୁଣରେ ମୁଗ୍ଧ ହୋଇ ତାଙ୍କୁ ବିବାହ କରିବେ ବୋଲି ଇଚ୍ଛା କରିଥିଲେ। ବିବାହ ପରେ ସତ୍ୟବାନ ଗୋଟିଏ ବର୍ଷ ବଂଚିବେ ଜାଣି ମଧ୍ୟ ତାଙ୍କୁ ବିବାହ କରି ଜଙ୍ଗଲରେ ରହୁଥିଲେ। ଠିକ୍ ବର୍ଷକ ପରେ ସତ୍ୟବାନଙ୍କ ମୃତ୍ୟୁ ହୋଇଥିଲା। ମହାସତୀ ସାବିତ୍ରୀଙ୍କ ତପ ବଳରେ ସେ ପୁର୍ନଜନ୍ମ ପାଇଥିଲେ।

ଯମରାଜଙ୍କୁ ନିଜର ଯୁକ୍ତି ବଳରେ ସନ୍ତୁଷ୍ଟ କରି ସାବିତ୍ରୀ ନିଜ ସ୍ୱାମୀଙ୍କୁ ଫେରିପାଇଥିଲେ। ଏନେଇ ରାଜ୍ୟର ବିଭିନ୍ନ ଦେବାଳୟ ଓ ଘରେ ଘରେ ସାବିତ୍ରୀ ବ୍ରତ ପାଇଁ ସଧବା ନାରୀମାନେ ସଜବାଜ ହେଉଛନ୍ତି । ଅନ୍ନ ଜଳ ସ୍ପର୍ଶ ନକରି ସେମାନେ ଏହି ବ୍ରତ ପାଳନ କରି ସ୍ୱାମୀଙ୍କୁ ପୂଜା କରିବାର ପରଂପରା ରହିଛି । ଏଥି ପାଇଁ ହିନ୍ଦୁ ଘରେ ଘରେ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ସାବିତ୍ରୀ ପାଇଁ ଫଳ ବଜାରରେ ତାତି ଦେଖିବାକୁ ମିଳିଛି । ସାଧାରଣ ଦିନରେ ଫଳର ଦାମ ଯାହା ଥାଏ , ସାବିତ୍ରୀ ପାଇଁ ତାହା ତିନିଗୁଣ ହୋଇଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ