ଦେଶ ବିଦେଶ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଜି ‘ସ୍ମାର୍ଟ ସ୍କୁଲ୍‌’ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡରେ ‘ସ୍ମାର୍ଟ ସ୍କୁଲ୍‌’ର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ବିଦ୍ୟାଳୟର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । 5-T ପଦ୍ଧତିରେ ପରିଚାଳିତ ଉଚ୍ଚବିଦ୍ୟାଳୟ ରୁପାନ୍ତରଣ କାର୍ଯ୍ୟକ୍ରମରେ ହିଞ୍ଜିଳି ଓ ଶେରଗଡ଼ ବ୍ଳକର ପ୍ରାୟ ୫୦ଟି ଉଚ୍ଚ ବିଦ୍ୟାଳୟ ସ୍ଥାନ ପାଇଛି । ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ଏବେ ବାସ୍ତବ ରୂପ ନେଇଛି ।

ତେବେ ସାରା ରାଜ୍ୟରେ ୧ ହଜାର ୭୨ଟି ସ୍କୁଲକୁ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଯୋଜନାରେ ସାମିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହିସବୁ ସ୍କୁଲଗୁଡିକରେ ପିଲାଙ୍କ ପାଇଁ କମ୍ପ୍ୟୁଟର୍ ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ରହିଛି । ସ୍ମାର୍ଟ କ୍ଲାସରୁମ୍ ପାଇଁ ସ୍କୁଲ କ୍ୟାମ୍ପସ ଆଧୁନିକିକରଣ ହୋଇଥିବା ବେଳେ ଡିଜିଟାଲ ହେଉଛି କ୍ଲାସ ରୁମ ଓ ଲାଇବ୍ରେରୀ । ସେହିଭଳି ଆକର୍ଷଣୀୟ ଖେଳ ପଡିଆ ମଧ୍ୟ ତିଆରି କରାଯାଉଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି