ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଆପଣଙ୍କ ସମର୍ପଣ ଆମକୁ ପ୍ରେରଣା ଦିଏ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ଏଭଳି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଜନ୍ମଦିନ | ୧୯୫୮ ମସିହା ଆଜିର ଦିନରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଉପରବେଡା ଗ୍ରାମରେ ତାଙ୍କର ଜନ୍ମ ହୋଇଥିଲା | ତେବେ ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ନେତା ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତିଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, “ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ସମର୍ପଣ ଆମ ସମସ୍ତଙ୍କୁ ପ୍ରେରଣା ଦିଏ | ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜ୍ଞାନ, ଗାରିମା ଓ ଆମ ଲୋକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ଏକ କିରଣ | ଦେଶର ପ୍ରଗତିକୁ ଆଗକୁ ବଢାଇବାକୁ ତାଙ୍କ ପ୍ରୟାସକୁ ପ୍ରଶଂସା କରୁଛି | ମୁଁ ତାଙ୍କୁ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରୁଛି’। ସେହିପରି ସୁରିନାମର ରାଷ୍ଟ୍ରପତି ଚନ୍ଦ୍ରିକାପେରସାଦ ସନ୍ତୋଖୀ ମଧ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭକାମନା ଜଣାଇଛନ୍ତି |

https://platform.twitter.com/embed/Tweet.html?dnt=false&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1670958847219970048&lang=en&origin=https%3A%2F%2Fsambad.in%2Findia-and-beyond%2Fbirthday-of-president-droupadi-murmu-1026842%2F&sessionId=a5b8917ea78eb4622f4a84c2303337745778d715&theme=light&widgetsVersion=aaf4084522e3a%3A1674595607486&width=550px


ସେ ଟ୍ୱିଟ କରି ଲେଖିଛନ୍ତି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ସୁରିନାମ ସରକାର ଓ ଅଧିବାସୀଙ୍କ ତରଫରୁ ଜନ୍ମଦିନ ଅବସରରେ ଶୁଭକାମନା ଜଣାଉଛି | ରାଷ୍ଟ୍ରପତିଙ୍କ ସୁଖ, ସମୃଦ୍ଧି ଓ ସୁସ୍ଥ ଜୀବନର କାମନା କରୁଛି | ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କେନ୍ଦ୍ର ଗୃହମନ୍ତ୍ରୀ ଅମିତା ଶାହା ମଧ୍ୟ ରାଷ୍ଟ୍ରପତିଙ୍କୁ ଜନ୍ମଦିନ ଅବସରରେ ଶୁଭକାମନା ଜଣାଇଛନ୍ତି | ଉଲ୍ଲେଖ ଥାଉ କି ଏହାପୂର୍ବରୁ ଦ୍ରୌପଦୀ ମୁର୍ମୁ ୨୦୧୫ରୁ ୨୦୨୧ ପର୍ଯ୍ୟନ୍ତ ଝାଡଖଣ୍ଡର ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିଲେ। ସେ ୨୦୦୦ ରୁ ୨୦୦୯ ପର୍ଯ୍ୟନ୍ତ ଓଡ଼ିଶା ବିଧାନସଭାର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ଓଡ଼ିଶା କ୍ୟାବିନେଟରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ