ଲାଇଫ୍ ଷ୍ଟାଇଲ ସ୍ୱାସ୍ଥ୍ୟ

ଆପଣ ଜଣେ ଚା’ ପ୍ରେମୀ କି? ତେବେ ସତର୍କ ରୁହନ୍ତୁ

ଚା’ ହେଉଛି ଏମିତି ଏକ ଜିନିଷ ଯାହା ସାହାଯ୍ୟରେ ଅନେକଙ୍କ ଘରେ ସକାଳ ଆରମ୍ଭ ହୁଏ । ଏମିତି କିଛି ଘର ଅଛି ଯେଉଁଠି ବିନା ଚା’ରେ ଜଳଖିଆ ହୋଇଥାଏ ନ ଥାଏ। ଆପଣ ଦେଖିଥିବେ କିଛି ଲୋକ ଚା’ ପିଇବାରେ ଏତେ ଅଭ୍ୟସ୍ତ ହୋଇଯାଇଥାନ୍ତି ଯେ, ଦିନରେ ଅନେକ ଥର ଏହାକୁ ପିଇଥାନ୍ତି । ଅନେକ ଲୋକ ବେଡ୍ ଟି ବିନା ଶେଯରୁ ଉଠନ୍ତି ନାହିଁ । ଅନୁଧ୍ୟାନରୁ ଜଣାପଡିଛି ବେଡ୍ ଟି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଅଟେ । ଖାଲି ପେଟରେ ଚା’ ପିଇ ଆପଣ ନିଜ ପେଟର ସିଧାସଳଖ କ୍ଷତି ପହଁଚାଉଛନ୍ତି । ଏହାଦ୍ୱାରା ଅଲସର ବା ଗ୍ୟାସ୍ ଭଳି ସମସ୍ୟା ବଢ଼ିବାର ସମ୍ଭାବନା ରହିଥାଏ । ଏବେ ଆସନ୍ତୁ ଜାଣିବା ଚା’ ଦ୍ୱାରା କଣ ସବୁ ସ୍ୱାସ୍ଥ୍ୟଗତ ଅସୁବିଧା ଦେଖାଦିଏ ।

: ଆପଣ ଖାଲି ପେଟରେ କ୍ଷୀର ଚା’ ପିଅନ୍ତୁ ନାହିଁ । ଖାଲି ପେଟରେ ଅଧିକ କ୍ଷୀର ମିଶା ଚା’ ପିଇବା ଦ୍ୱାରା କ୍ଲାନ୍ତ ଅନୁଭବ ହୋଇଥାଏ।

: ଯଦି ଆପଣ ଏହା ବି ଭାବୁଛନ୍ତି ଯେ ଆପଣ ଚା’ ଖାଇବା ପରେ ପିଉଛନ୍ତି, ତଥାପି ଆପଣ ସମସ୍ୟାରୁ ବାହାର ନୁହନ୍ତି । ଆମେ ସମସ୍ତେ ଜାଣନ୍ତି ଯେ ଚା’ରେ ଟେଟିନ୍ ଥାଏ । ଏଥିପାଇଁ ଖାଇବା ପରେ ଚା’ ପିଇବା ଦ୍ୱାରା ପୋଷକ ତତ୍ୱ ନଷ୍ଟ ‌ହୋଇଥାଏ ।

: ଯଦି ଆପଣ ଦିନରେ ୪ରୁ ୫ ଥର ଚା’ ପିଉଥାନ୍ତି, ତ ନିଜର ଏହି ଅଭ୍ୟାସକୁ ପରିତ୍ୟାଗ କରନ୍ତୁ । ବହୁତ ଅଧିକ ଗରମ ଚା’ ପିଇବାର ଅଭ୍ୟାସ ମଧ୍ୟ ଭଲ ନୁହେଁ । ଏହାଦ୍ୱାରା ଖାଦ୍ୟ ନଳୀରେ କର୍କଟ ହେବାର ସମସ୍ୟା ବଢିଯାଇଥାଏ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ