ରାଜ୍ୟ ସ୍ୱାସ୍ଥ୍ୟ

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା, ଉପାନ୍ତ ଅଞ୍ଚଳରେ ଗୁରୁତର ରୋଗୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଦେବା ଲକ୍ଷ୍ୟ

ଭୁବନେଶ୍ୱର ୨୦।୧୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ଇତିହାସ ଲେଖିଲା ଓଡ଼ିଶା । ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା । ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଖବର ଅନୁଯାୟୀ, ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାକୁ ବାୟୁ ସ୍ବାସ୍ଥ୍ୟ ସେବାରେ ସାମିଲ କରାଯାଇଛି । ଆଜି ଏସସିବିରୁ ଏକ ଡାକ୍ତର ଟିମ ମାଲକାନଗିରିକୁ ଯାଉଛନ୍ତି । ଯେଉଁ ଜିଲ୍ଲାରେ ଉନ୍ନତ ଚିକିତ୍ସା ସୁବିଧା ନାହିଁ, ସେଠାକୁ ବିମାନ ମାଧ୍ୟମରେ ସ୍ପେସାଲିଷ୍ଟ ଡାକ୍ତର ଯିବେ । ଆଗକୁ ଅନ୍ୟ ଜିଲ୍ଲା ଗୁଡିକୁ ଏହି ଯୋଜନାରେ ସାମିଲ କରାଯିବ । ଉପାନ୍ତ ଅଞ୍ଚଳ ଗୁଡ଼ିକରେ ଗୁରୁତର ରୋଗୀଙ୍କୁ ତୁରନ୍ତ ଏବଂ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ