ରାଜ୍ୟ ସ୍ପେଶାଲ ରିପୋର୍ଟ

ଆରମ୍ଭ ହେଲା ଶୀତ, ୩ ଦିନରେ ୩ ଡିଗ୍ରି କମିବ

ଭୁବନେଶ୍ବର : ରାଜ୍ୟରେ ରବିବାର ସଂଧ୍ୟାରୁ ଶୀତ ପଡ଼ିବା ଆରମ୍ଭ ହୋଇଛି। ଆସନ୍ତା ୨ରୁ ୩ ଦିନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ପାରଦସ୍ତରରେ ହ୍ରାସ ଦେଖାଯିବ। ଫଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଥଣ୍ଡା ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗତକାଲି ରାତିରେ କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରି ରେକର୍ଡ ହୋଇଛି। ଏହାସହ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ୧୩.୮ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଥିଲା।

ଆଜି ରାତିରୁ ହିଁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ କରିବ। ରବିବାର ଦିନ ରାଜ୍ୟର ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ସୋନପୁର, ଅନୁଗୁଳ ଓ ବୌଦ୍ଧ ଆଦି ଜିଲ୍ଲାରେ ସକାଳୁ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା। ଆଜିଠାରୁ ରାଜ୍ୟରେ କୁହୁଡ଼ି ପଡ଼ିବାର ବିଶେ‌ଷ ସମ୍ଭାବନା ନାହିଁ। ଦିନରେ ଆକାଶ ନିର୍ମଳ ସହ ଖରା ଟାଣ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।