ରାଜ୍ୟ ସ୍ପେଶାଲ ରିପୋର୍ଟ

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି (୨୩ ତାରିଖ) ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୧୦ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ଭିତରେ ଦେଢ଼ ମାସ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବା ପରେ ଗତ ୯ ତାରିଖରେ ପ୍ରାୟ ଦେଢ଼ ମାସ ପରେ ବନକଲାଗି ହୋଇଥିଲା। ଏହି ବିବାଦ ଯୋଗୁ ଚଳିତ ବର୍ଷ ନୀଳାଦ୍ରି ବିଜେଠାରୁ ବନକଲାଗି ହୋଇ ନଥିଲା। ଶ୍ରୀମନ୍ଦିର ପ୍ରଶାସନ ନେଇଥିବା ନିଷ୍ପତ୍ତିକ୍ରମେ ବୁଧବାର ହିଁ ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିଥିଲେ। ବନକଲାଗି ପାଇଁ ଅପରାହ୍ଣ ପ୍ରାୟ ୫ଟା ୨୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ରାତି ପ୍ରାୟ ୧୦ଟାରେ ବନକଲାଗି ଶେଷ ପରେ ଦର୍ଶନ ସ୍ବାଭାବିକ ହୋଇଥିଲା। ଆଜି ଅପରାହ୍ଣ ୪ଟା ୧୫ରେ ଦ୍ବିତୀୟ ଭୋଗମଣ୍ଡପ ଶେଷ ପରେ ମଇଲମ ଓ ତଡ଼ପଲାଗି ହୋଇଥିଲା। ୫ଟା ୨୦ରେ ପହୁଡ଼ ଆଳତି ପରେ ଜୟ-ବିଜୟ ଦ୍ବାର ବନ୍ଦ ହୋଇଥିଲା। ବେହେରଣ ଦ୍ବାର ଦେଇ ଦତ୍ତ ମହାପାତ୍ର ସେବକମାନେ ୫ଟା ୪୫ରେ ବନକପେଡ଼ି ସହ ବନକଲାଗି ପାଇଁ ପ୍ରବେଶ କରିବା ସହ ସିଂହାସନକୁ ଉଠି ବନକଲାଗି କରିଥିଲେ। ବନକଲାଗି ପାଇଁ ୩ ଖଣ୍ଡ ଶ୍ରୀକପଡ଼ା ଓ ହିଙ୍ଗୁଳ, ହରିତାଳ ଆଦି ରଙ୍ଗ ଯୋଗାଇ ଦିଆଯାଇଥିଲା। ବନକଲାଗି ସରିବା ପରେ ପୂଜାପଣ୍ଡା ସେବକମାନେ ତଳେ ବସି ଠାକୁରଙ୍କୁ ପଞ୍ଚାମୃତରେ ମହାସ୍ନାନ କରିଥିଲେ। ମହାସ୍ନାନ ନୀତି ଶେଷ ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।