ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆସନ୍ତା ଶିକ୍ଷାବର୍ଷରୁ ସରକାରୀ ସ୍କୁଲ ପିଲାଙ୍କୁ ଡାକ୍ତରୀ, ଇଂଜିନିୟରିଂ ପଢ଼ିବା ଲାଗି ମିଳିବ ସଂରକ୍ଷଣ ସୁବିଧା

ଭୁବନେଶ୍ବର : ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଆସନ୍ତା ଶିକ୍ଷାବର୍ଷଠାରୁ ସେମାନଙ୍କୁ ରାଜ୍ୟରେ ଥିବା ଡାକ୍ତରୀ, ଇଂଜିନିୟରିଂ ପରି ଉଚ୍ଚଶିକ୍ଷା ଅନୁଷ୍ଠାନରେ ସଂରକ୍ଷଣ ମିଳିବ । ଏ ନେଇ ଆଜି ରାଜ୍ୟ କ୍ୟାବିନେଟରେ ଏକ ସଂକଳ୍ପ ଗୃହୀତ ହୋଇଛି ।

ଡାକ୍ତରୀ ଓ ଇଂଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖା ପାଇଁ ସର୍ବଭାରତୀୟ ସ୍ତରରେ ଏନଇଇଟି ଓ ଜେଇଇ ପରି ଏକକ ପ୍ରବେଶିକା ପରୀକ୍ଷା ହେବା ପରେ ଓଡ଼ିଶାର ସରକାରୀ ହାଇସ୍କୁଲ ଓ କଲେଜଗୁଡ଼ିକର ମେଧାବୀ ଛାତ୍ରଛାତ୍ରୀ ସଂଖ୍ୟା ଉକ୍ତ ଉଚ୍ଚଶିକ୍ଷାନୁଷ୍ଠାନରେ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଉଛି । ବିଶେଷକରି ଗ୍ରାମାଞ୍ଚଳ ଛାତ୍ରଛାତ୍ରୀମାନେ ପଛେଇ ଯାଉଛନ୍ତି । ଉପରୋକ୍ତ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ପାଇଁ ଉତ୍ତମ କୋଚିଂର ଆବଶ୍ୟକତା ରହିଛି । କିନ୍ତୁ ସେସବୁ କୋଚିଂ ସୁବିଧା କେବଳ ସହରାଞ୍ଚଳରେ ଥିବାରୁ ଗ୍ରାମାଞ୍ଚଳ ଓ ସରକାରୀ ସ୍କୁଲରେ ପଢୁଥିବା ପିଲାମାନେ ଏହାର ସୁଯୋଗ ନେଇପାରୁ ନାହାନ୍ତି । ଏହାକୁ ଦୃଷ୍ଟିରେ ରଖି ସରକାର ଆସନ୍ତା ଶିକ୍ଷାବର୍ଷଠାରୁ ରାଜ୍ୟରେ ଥିବା ଡାକ୍ତରୀ, ଇଂଜିନିୟରିଂ କଲେଜଗୁଡ଼ିକରେ ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ନିମନ୍ତେ ସଂରକ୍ଷଣ ବ୍ୟବସ୍ଥା କରିବାକୁ ସଂକଳ୍ପ ନେଇଛନ୍ତି ।

ଏହି ସଂକଳ୍ପକୁ ଚୂଡ଼ାନ୍ତ ରୂପ ଦେବାକୁ ସରକାର ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚକ୍ଷମତା ସଂପନ୍ନ କମିଟି ଗଠନ କରିବେ । ଏହି କମିଟିରେ ବିଶିଷ୍ଟ ବ୍ୟକ୍ତି ଓ ଶିକ୍ଷାବିତମାନେ ସଦସ୍ୟ ରହିବେ । ଏହି କମିଟି କେତ‌େ ପ୍ରତିଶତ ସଂରକ୍ଷଣ ରହିବ ତାହା ତର୍ଜମା କରି ୩ ମାସ ମଧ୍ୟରେ ନିଜର ରିପୋର୍ଟ ସରକାରଙ୍କୁ ଦେବ ।

ସରକାରଙ୍କର ଏ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ଯେ ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଆସନ୍ତା ଶିକ୍ଷାବର୍ଷ ଠାରୁ ରାଜ୍ୟରେ ଥିବା ଡାକ୍ତରୀ, ଇଂଜିନିୟରିଂ ପରି ଉଚ୍ଚଶିକ୍ଷା ଅନୁଷ୍ଠାନରେ ସଂରକ୍ଷଣ ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ନିଷ୍ପତ୍ତି ନେଇ ତାକୁ ଆଜି ରାଜ୍ୟ କ୍ୟାବିନେଟରେ ଏକ ସଂକଳ୍ପ ଭାବେ ଗୃହୀତ କରାଇଛନ୍ତି ତାହା ବାସ୍ତବିକ ଐତିହାସିକ ଏହାକୁ ରାଜ୍ୟର ସବୁ ମହଲରୁ ସ୍ବାଗତ କରାଯାଉଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି