କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଆସନ୍ତା ୨୩ରୁ ଶ୍ରୀମନ୍ଦିର ଖୋଲିବା ନେଇ ଛତିଶାନିଯୋଗ ଓ ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ପୁରୀ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବ । ଏହି ନିଷ୍ପତ୍ତି ନେଇ ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଉଥିବାରୁ ଛତିଶାନିଯୋଗ ଓ ମନ୍ଦିର ପ୍ରଶାସନକୁ ଟ୍ୱିଟ୍ ଯୋଗେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ରାଜ୍ୟ ସରକାର ଓ ପ୍ରଶାସନର ନିୟମ ମାନି ଦର୍ଶନ କରିବାକୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ “ଓଡ଼ିଶାର ଲୋକଙ୍କ ଭାବାବେଗ ସହ ଜଡ଼ିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବା ଅତି ଆନନ୍ଦର ବିଷୟ । ଲୋକମାନଙ୍କର ବିଶ୍ୱାସ ଓ ଭାବାବେଗକୁ ସମ୍ମାନ ଦେଇ ଶ୍ରୀମନ୍ଦିର ଖୋଲିବାକୁ ନିର୍ଣ୍ଣୟ ନେଇଥିବାରୁ ଛତିଶାନିଯୋଗ ଏବଂ ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଜଣାଉଛି। ”

କରୋନା ସଂକ୍ରମଣର ବିପଦକୁ ଧ୍ୟାନରେ ରଖି ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନୀତି ଓ ନିୟମକୁ ପାଳନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇବା ପାଇଁ ଅପେକ୍ଷାରତ ସମସ୍ତ ଶ୍ରଦ୍ଧାଳୁଙ୍କୁ ଟ୍ୱିଟ କରି ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,