ରାଜ୍ୟ ସ୍ପେଶାଲ ରିପୋର୍ଟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୯ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ସମଗ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ପାଣିପାଗର ଏପରି ସ୍ଥିତି ଆଗକୁ ଆହୁରି କିଛିଦିନ ପାଇଁ ଜାରି ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ସେହିପରି ଉପକୂଳ ଓଡ଼ିଶାରେ ପାରା ୪୦ ଡିଗ୍ରି ଟପିବ। ବିଶେଷ କରି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୫ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ବିଶେଷ କରି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ମଧ୍ୟରେ ରହିବ। ସେହିଭଳି କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି ଅଞ୍ଚଳରେ କାଳବେଶାଖୀଜନିତ ହାଲୁକା ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

ଏଥିସହ ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏପରିସ୍ଥିତିରେ ଉପରୋକ୍ତ ୧୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।