ଅପରାଧ ରାଜ୍ୟ

ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା, ହାଇକୋର୍ଟରେ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ

କଟକ ୦୬।୦୯: ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲା । ଜନସ୍ୱାର୍ଥ ମାମଲା ଉପରେ ପୂର୍ଣ୍ଣଛେଦ ଟାଣିଛନ୍ତି ହାଇକୋର୍ଟ। ଘଟଣାର କ୍ରାଇମବ୍ରାଞ୍ଚ୍ ତଦନ୍ତ ଶେଷ ହୋଇଛି ଏବଂ ଗିରଫ ୪ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିସାରିଛି କ୍ରାଇମବ୍ରାଞ୍ଚ୍ । ଆଇପିସିର ୩୭୬ ଡିଏ, ୩୭୬(୨) ଏନ, ୫୦୬, ୩୪ ସହ ପକସୋ ଆକ୍ଟର ଧାରା ୬ ଅନୁଯାୟୀ ଚାର୍ଜସିଟ ପକସୋ କୋର୍ଟରେ ଦାଖଲ ହୋଇଛି।

ସେହିପରି ଏସମ୍ପର୍କିତ ରିପୋର୍ଟକୁ ଆଜି ସିଲ କଭର ଜରିଆରେ ହାଇକୋର୍ଟରେ କ୍ରାଇମବ୍ରାଞ୍ଚ ଦାଖଲ କରିଛି । କ୍ରାଇମବ୍ରାଞ୍ଚ ତଦନ୍ତ ଅନୁଯାୟୀ ମାମଲାରେ ଅନ୍ୟ କେହି ଅଭିଯୁକ୍ତ ସଂପୃକ୍ତ ନାହାନ୍ତି। ତେଣୁ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲା ଉପରେ ପୂର୍ଣ୍ଣଛେଦ ଟାଣିଛନ୍ତି ହାଇକୋର୍ଟ । ତେବେ ପିଡିତା କିମ୍ବା ତାଙ୍କ ପରିବାର ଚାହିଁଲେ ଆଇନ ଅନୁଯାୟୀ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିପାରିବେ ବୋଲି ହାଇକୋର୍ଟ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।