ରାଜ୍ୟ ସ୍ପେଶାଲ ରିପୋର୍ଟ

ଇଫୁ ମଲ୍ଲିକଙ୍କୁ ମିଳିଲା ସରକାରୀ ସହାୟତା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : କନ୍ଧମାଳ ଜିଲ୍ଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କ ମେଡିକାଲ ପଢ଼ିବା ସ୍ବପ୍ନ ପୂରଣ ହେବାକୁ ଯାଉଛି। ନିଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଇଫୁ କୋରାପୁଟସ୍ଥିତ ଏସ୍‌ଏଲଏନ୍ ମେଡିକାଲ କଲେଜରେ ପଢ଼ିବା ଲାଗି ଚୟନ ହୋଇଥିଲେ। ମାତ୍ର ଅର୍ଥ ଅଭାବରୁ ତାଙ୍କର ଏହି ସ୍ବପ୍ନ ମଉଳି ଯିବାକୁ ବସିଥିଲା। ଗଣମାଧ୍ୟମରେ ଏ ସଂପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍‌ସିଏସ୍‌ଟି ବିଭାଗକୁ ତ୍ବରିତ ପଦକ୍ଷେପ ନେବା ଲାଗି ନିର୍ଦେଶ ଦେଇଥିଲେ। ମାତ୍ର ୬ଘଣ୍ଟା ଭିତରେ ରାଜ୍ୟ ସରକାର ପ୍ରଥମ ବର୍ଷର ପାଠ୍ୟକ୍ରମ ବାବଦରେ ୬୨,୯୫୦ ଟଙ୍କା ମଞ୍ଜୁର କରିଛନ୍ତି। ଅନୁସୂଚିତ ଜନଜାତି ବର୍ଗ ପାଇଁ ରାଜ୍ୟ ସରକାରଙ୍କ ଆର୍ଥିକ ସହାୟତା ଯୋଜନାରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

ଅନୁସୂଚିତ ବର୍ଗର ମେଧାବୀ ଛାତ୍ରଛାତ୍ରୀମାନଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ନିଜସ୍ବ ଆର୍ଥିକ ସହାୟତା ଯୋଜନା ରହିଛି। ଏଥିରେ ଜାତୀୟସ୍ତରୀୟ ଶିକ୍ଷାନୁଷ୍ଠାନରେ ପଢ଼ିବା ଲାଗି ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି। ଏହି ଅବସରରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ଇଫୁଙ୍କ ସହ ଆଲୋଚନା କରିବା ସହିତ ଭୁବନେଶ୍ବରରେ ଥିବା ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ଭେଟିବା ଲାଗି ଆମନ୍ତ୍ରଣ କରିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।