ଦେଶ ବିଦେଶ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଉତ୍କଳ ବିଶ୍ବବିଦ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ, କରୋନା ଆଳରେ ଶିକ୍ଷାନୁଷ୍ଠାନ ବନ୍ଦ ପ୍ରତିବାଦ

ଭୁବନେଶ୍ବର ୯।୪: ଶିକ୍ଷାନୁଷ୍ଠାନ ବନ୍ଦ ପ୍ରତିବାଦରେ ତାତିଲେ ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀ । ଉତ୍କଳ ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କରୋନା ଆଳରେ ଶିକ୍ଷାନୁଷ୍ଠାନ ବନ୍ଦ ଏବଂ ଆଗକୁ ପରୀକ୍ଷା ଥିବାବେଳେ କରୋନା ଆଳ ଦେଖାଇ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶର ପ୍ରତିବାଦ କରିଛନ୍ତି ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀ ।

ପ୍ରତିବାଦ ଜଣାଇ ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକ‌ ସମ୍ମୁଖରେ ଶତାଧିକ ଛାତ୍ରଛାତ୍ରୀ ପ୍ଲାକାର୍ଡ ଓ ବ୍ୟାନର ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ରାସ୍ତା ଉପରେ ଧାରଣା ଦେଇଛନ୍ତି । ରାସ୍ତା ଉପରେ ଧାରଣା ଦେବା ଫଳରେ ବାଣୀବିହାର ଛକରେ ଗାଡି ମଟର ଚଳଚଳ ପ୍ରଭାବିତ ହୋଇଛି । ସେହି ରାସ୍ତା ଦେଇ ଯାଉଥିବା ‘ମୋ ବସ୍‌’କୁ ମଧ୍ୟ ଆନ୍ଦୋଳନରତ ଛାତ୍ରଛାତ୍ରୀ ଅଟକାଇଦେଇଛନ୍ତି ।

କରୋନା ସଂକ୍ରମଣ ବଢୁଥିବା ବେଳେ ବିଭିନ୍ନ ସଭାସମିତି, ନିର୍ବାଚନ ରାଲି, ପ୍ରଚାର ଆଦି ହେଉଥିବା ବେଳେ କଣ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ କରି ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଉଛି ତାହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଛାତ୍ରଛାତ୍ରୀ । ଆଗକୁ ପରୀକ୍ଷା ଥିବାବେଳେ ହଷ୍ଟେଲ ବନ୍ଦ କରି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳାଯାଉଛି ବୋଲି ଆନ୍ଦୋଳନରତ ଛାତ୍ରଛାତ୍ରୀ ପ୍ରତିବାଦ କରିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି