ରାଜ୍ୟ ସ୍ପେଶାଲ ରିପୋର୍ଟ

ଉତ୍କେଲାରୁ ଆଜି ଉଡ଼ିବ ବିମାନ

କେସିଙ୍ଗା/ଉତ୍କେଲା: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନ ବନ୍ଦରରୁ ଗୁରୁବାର ବିମାନ ଉଡ଼ିବ । ପ୍ରଥମେ ଉତ୍କେଲାରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ ଉତ୍କେଲାକୁ ୯ ସିଟ୍‌ ବିଶିଷ୍ଟ ଯାତ୍ରୀବାହୀ ବିମାନ ଚଳାଚଳ କରିବ ବୋଲି ସୂଚନା ଦିଆଯାଇଛି। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଗ୍ୱାଲିୟରରୁ ଏହାର ଆରମ୍ଭ କରିବାକୁ ଥିବା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପତାକା ଦେଖାଇ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି। ସେହିପରି ଉତ୍କେଲା ବିମାନ ବନ୍ଦରରେ ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଏବଂ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ତେବେ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଧାୟକ ପ୍ରଦୀପ୍ତ ନାଏକଙ୍କୁ ବାଦ୍‌ ଦିଆଯାଇଥିବା ନେଇ ‘ସମ୍ବାଦରେ ଖବର ପ୍ରକାଶ ପରେ ପରବର୍ତ୍ତୀ ସମୟରେ କାର୍ଯ୍ୟକ୍ରମରେ ତାଙ୍କୁ ସାମିଲ କରାଯାଇଥିବା ଜଣାପଡ଼ିଛି। ଏଥିସହ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କୁ ମଧ୍ୟ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ତେବେ, ବିମାନ ବନ୍ଦରର ଶ୍ରେୟ ବିଜେଡି ଓ ବିଜେପି ମଧ୍ୟରେ କିଏ ନେବ ତାହାକୁ ନେଇ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ଅନ୍ୟପକ୍ଷରେ ବହୁପ୍ରତୀକ୍ଷିତ ବିମାନ ସେବା ଆରମ୍ଭ ହେବାକୁ ଯାଉଥିବା ବେଳେ କଳାହାଣ୍ଡିବାସୀଙ୍କ ଅଧୁରା ସ୍ବପ୍ନ ପୂରଣ ହେବାକୁ ଥିବାରୁ ଜିଲ୍ଲାରେ ଖୁସି ଦେଖାଯାଇଛି। ତେବେ କିଛି ବ୍ୟକ୍ତି ଟିକେଟ୍‌ ବୁକିଂ କରୁଥିବାବେଳେ ସପ୍ତାହକୁ ଦୁଇ ଦିନ ମଙ୍ଗଳବାର ଓ ଗୁରୁବାର ବିମାନ ଚଳାଚଳ କରିବ ବୋଲି କହୁଥିବାରୁ ଲୋକେ ନିରାଶ ହୋଇଛନ୍ତି। ଏହାକୁ ନେଇ କଂଗ୍ରେସର ପୂର୍ବ ଏନଏସି ଅଧ୍ୟକ୍ଷ ରାମ କୁମାର ଜୈନ ଆଗକୁ ନିର୍ବାଚନ ଥିବାରୁ ସରକାର ଭୁତାଉଛନ୍ତି ବୋଲି କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।