ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଉତ୍ତର ଭାରତରେ ପ୍ରବଳ ଶୀତ, ହିମାଳୟର ଥଣ୍ଡା ପବନରେ ଥରୁଛି ଦିଲ୍ଲୀ-ଏନସିଆର୍, ବଢୁଛି ପ୍ରଦୁଷଣ ମାତ୍ରା

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନୂଆଦିଲ୍ଲୀ: ପ୍ରବଳ ଜାଡ଼ରେ ଥରୁଛି ଉତ୍ତର ଭାରତ । ଦିଲ୍ଲୀ-ଏନସିଆର୍ ସମେତ ଉତ୍ତର ଭାରତର ଅନେକ ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି । ରାଜଧାନୀ ଦିଲ୍ଲାର ତାପମାତ୍ରା କମିବା ସହିତ ପ୍ରଦୁଷଣ ମାତ୍ରା ବଢିବାରେ ଲାଗିଛି । ପଶ୍ଚିମା ପବନ ଓ ହିମାଳୟର ଥଣ୍ଡା ବାୟୁ ଯୋଗୁ ଶୀତର ଲହାରୀ ଜାରି ରହିଛି । ସେପଟେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବାରୁ ଶୀତ ସାମାନ୍ୟ କମିବ ବୋଲି ଅନୁମାନ କରାଯାଉଛି ।

ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଉଛି । ଦିଲ୍ଲାରେ ସର୍ବନିମ୍ନ ୮ଡିଗ୍ରୀ ଓ ସର୍ବୋଚ୍ଚ ତାପମାତ୍ରା ୨୫ ଡିଗ୍ରୀ ସିଲେସିୟସ୍ ରହିଛି । ଶୀତ ଲହର ଜାରି ରହିଥିବାରୁ ଭୋରୁ କହୁଡ଼ି ଦେଖିବାକୁ ମିଳୁଛି । ଅନ୍ୟପଟେ ଦିଲ୍ଲୀ-ଏନସିଆରରେ ପ୍ରଦୁଷଣର ମାତ୍ରା ମଧ୍ୟ ବଢିବାରେ ଲାଗିଛି । ରାଜଧାନୀରେ ବାୟୁର ଗୁଣବତ୍ତା AQI-୩୭୪ ରେକର୍ଡ କରାଯାଇଛି । ଏୟାର କ୍ବାଲିଟି ଇଣ୍ଡିକ୍ସ ସୂଚକାଙ୍କରେ ଏହା ସବୁଠାରୁ ଖରାପ ଶ୍ରେଣୀ ।

ଉତ୍ତର ଭାରତର ବିଭିନ୍ନ ରାଜ୍ୟ ଗୁଡ଼ିକରେ ମଧ୍ୟ ହାଡ଼ଭଙ୍ଗା ଜାଡ଼ ଜାରି ରହିଛି । ଉତ୍ତର ପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଓ ସର୍ବୋଚ୍ଚ ତାପମାତ୍ରା ୨୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।

ଦକ୍ଷିଣ ଭାରତର କିଛି ସ୍ଥାନ ବର୍ଷା ସମ୍ଭାବନା ରହିଛି । ମଙ୍ଗଳବାର ଓ ବୁଧବାର ତାମିଲନାଡ଼ୁ, କେରଳ ଓ ଆଣ୍ଡାମାନ ନିକୋବରର କିଛି ସ୍ଥାନରେ ମଧ୍ୟ ଧରଣରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସେପଟେ ସ୍କାଇମାଟ୍‌ର ରିପୋର୍ଟ ଅନୁଯାୟୀ, ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଣ୍ଟିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଅନୁମାନ କରାଯାଉଛି । ପରେ ମଙ୍ଗଳବାର ସନ୍ଧ୍ୟା ସୁଧା ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ନେଇ ଆଶଙ୍କା କରାଯାଉଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ