ରାଜନୀତି ରାଜ୍ୟ

ଉତ୍ସର୍ଗୀକୃତ ସେବା ମାଧ୍ୟମରେ ଲୋକଙ୍କ ନିକଟତର ହୁଅ

ଭୁବନେଶ୍ବର : ଆସନ୍ତା ୨୬ ତାରିରେ ବିଜୁ ଜନତା ଦଳ ୨୫ ବର୍ଷ ପୂରଣ କରିବା ସହ ୨୬ ବର୍ଷରେ ପଦାର୍ପଣ କରିବ। ଡିସେମ୍ବର ୨୬ରୁ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଆଜି ଏ ନେଇ ଦଳର ସବୁ କାର୍ଯ୍ୟକର୍ତ୍ତାଙ୍କୁ ଚିଠି ଲେଖିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ। ବର୍ଷସାରା ବିଭିନ୍ନ ଉତ୍ସର୍ଗୀକୃତ ଲୋକସେବା ମାଧ୍ୟମରେ ସବୁ ବର୍ଗର ଜନଗଣଙ୍କ ଅଧିକ ନିକଟତର ହୋଇ ଜନସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରିବାକୁ ସେ ଆହ୍ବାନ ଦେଇଛନ୍ତି।

ଶ୍ରୀ ପଟ୍ଟନାୟକ ତାଙ୍କ ଚିଠିରେ ଦର୍ଶାଇଛନ୍ତି ବିଜୁ ବାବୁଙ୍କ ନୀତି, ଆଦର୍ଶ ଓ ଓଡ଼ିଶାର ସବୁ‌ କ୍ଷେତ୍ରର ଓ ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ଆମ ଦଳର ଆଭିମୁଖ୍ୟକୁ ଓଡ଼ିଶାର ଅଗଣିତ ଜନସାଧାରଣ ଅକୁଣ୍ଠ ସମର୍ଥନ ଓ ଶୁଭେଚ୍ଛା ଦେଇଛନ୍ତି। ଦଳର କର୍ମକର୍ତ୍ତା, ଜନପ୍ରତିନିଧି, ଗାଁରୁ ସହର ତଥା ବସ୍ତି ଯାଏ ଲୋକଙ୍କ ସେବାରେ ନିୟୋଜିତ କର୍ମୀ, ଆଗୁଆ ସାଥୀମାନଙ୍କ ନିଷ୍ଠା, କଠିନ ପରିଶ୍ରମ ଓ ମନୋଭାବ ଆଜି ବିଜେଡିକୁ ଲୋକଙ୍କ ନିକଟତର କରିଛି। ଲଗାତର ବିଭିନ୍ନ ନିର୍ବାଚନରେ ବିଜେଡି ପ୍ରତି ଲୋକଙ୍କ ଥିବା ଆସ୍ଥା ପ୍ରମାଣିତ ହୋଇଛି। ୨୫ ବର୍ଷ ଧରି ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ କରି ଆସୁଥିବା ଏହି ଦଳ ରାଜନୈତିକ କାର୍ଯ୍ୟକ୍ରମ ସହିତ ତା’ର ସାମାଜିକ ଅଙ୍ଗୀକାରବଦ୍ଧତା ପାଇଁ ଅନ୍ୟ ସର୍ବଭାରତୀୟ ଦଳ ଓ ଆଞ୍ଚଳିକ ଦଳଗୁଡ଼ିକ ଭିତରେ ବିଜେଡିକୁ ଏକ ପ୍ରଶଂସନୀୟ ପରିଚିତି ଆଣି ଦେଇଛନ୍ତି। ଏହା ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି।

ଆସନ୍ତା ୨୬ ତାରିଖରେ ବିଜେଡି ସଫଳତାର ୨୫ ବର୍ଷ ପୂର୍ତ୍ତିକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶଙ୍ଖକ୍ଷେତ୍ର ପୁରୀରେ ପାଳନ କରାଯିବ। ଏଥିରେ ଦଳର ସବୁ ରାଜ୍ୟ, ଜିଲ୍ଲା, ବ୍ଲକ୍‌ ଓ ପୌରାଞ୍ଚଳ କର୍ମକର୍ତ୍ତା, ସାଂସଦ ଓ ବିଧାୟକ, କ୍ଷେତ୍ରୀୟ ଜନପ୍ରତିନିଧି, ଯୁବ, ଛାତ୍ର, ମହିଳା ତଥା ଦଳର ବିଭିନ୍ନ ଛାମୁଆ ସଂଗଠନର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେବେ। ଏହି ପୂର୍ତ୍ତି ଉତ୍ସବ ଗୋଟିଏ ପକ୍ଷ ଧରି ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରେ ପାଳନ କରାଯିବ। ପ୍ରତିଷ୍ଠା ଦିବସ ସମା‌ରୋହ ବର୍ଷତମାମ ବିଭିନ୍ନ ପର୍ଯ୍ୟାୟରେ କ୍ଷେତ୍ରୀୟ ସ୍ତରରେ ପ୍ରତ୍ୟେକ ବ୍ଲକ୍‌ ଓ ପୌରାଞ୍ଚଳରେ ପାଳନ କରାଯିବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ୨୫ ବର୍ଷର ସମର୍ପିତ ସେବାର ଗୁରୁତ୍ବପୂର୍ଣ୍ଣ ଉପଲବ୍ଧିକୁ ଆହୁରି ଆଗକୁ ନେବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର