ରାଜ୍ୟ ସ୍ପେଶାଲ ରିପୋର୍ଟ

ଉପକୂଳ ପରିବହନ ଓ ପର୍ଯ୍ୟଟନ ବିକାଶ ସ୍ବପ୍ନ ଚୂନା: ଭାରତମାଳା ପ୍ରକଳ୍ପରୁ ବାଦ୍‌ ପଡ଼ିଲା ଗଞ୍ଜାମ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ବ୍ରହ୍ମପୁର : ଓଡ଼ିଶା ଉପକୂଳର ପ୍ରତ୍ୟେକ ଜିଲ୍ଲାକୁ ସଡ଼କପଥରେ ସିଧାସଳଖ ସଂଯୋଗ କରିବା ପାଇଁ କେନ୍ଦ୍ର ସରକାର ଭାରତମାଳା ପ୍ରକଳ୍ପ ହାତକୁ ନେଇଥିଲେ। ଏହି ପ୍ରକଳ୍ପ ଜରିଆରେ ଗଞ୍ଜାମ ଜିଲ୍ଲାର ଗୋପାଳପୁରରୁ ପଶ୍ଚିମବଙ୍ଗର ଦୀଘା ପର୍ଯ୍ୟନ୍ତ କୋଷ୍ଟାଲ୍‌ ହାଇୱେ ନିର୍ମାଣ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିଲେ। ହେଲେ, ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା ଏଥିରୁ ବାଦ୍‌ ପଡ଼ିଛି।
ନୂତନ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍‌) ଅନୁସାରେ ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀରୁ ‌ଦୀଘା ପର୍ଯ୍ୟନ୍ତ କୋଷ୍ଟାଲ୍‌ ହାଇ‌ୱେ ନିର୍ମାଣ କରାଯିବାକୁ ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ଯୋଗୁଁ ଗଞ୍ଜାମ ଜିଲ୍ଲାର ପରିବହନ ଓ ପର୍ଯ୍ୟଟନ ଶିଳ୍ପର ବିକାଶ ସ୍ବପ୍ନ ଚୂନା ହୋଇଯାଇଥିବା ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି। ଏଣୁ କେନ୍ଦ୍ର ସରକାର ଏ ଦିଗରେ ଦୃଷ୍ଟି ଦେଇ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରି ଗଞ୍ଜାମ ଜିଲ୍ଲାକୁ ପ୍ରକଳ୍ପରେ ସାମିଲ କରିବାକୁ ବିଭିନ୍ନ ମହଲରେ ଦାବି ହୋଇଛି।

ଉଲ୍ଲେଖଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ଭାରତମାଳା ପରିୟୋଜନା ଜରିଆରେ ଗତ ୨୦୧୫ରେ ଓଡ଼ିଶାରେ କୋଷ୍ଟାଲ୍‌ ହାଇୱେ ନିର୍ମାଣ ପାଇଁ ଘୋଷଣା କରାଯାଇଥିଲା। ପ୍ରାଥମିକ ପ୍ରସ୍ତାବରେ ଗଞ୍ଜାମ ଜିଲ୍ଲାର ଗୋପାଳପୁରଠାରୁ ପଶ୍ଚିମବଙ୍ଗର ଦୀଘା ପର୍ଯ୍ୟନ୍ତ ୮ହଜାର କୋଟି ଟଙ୍କାରେ ପ୍ରାୟ ୪୫୧କିମି ପର୍ଯ୍ୟନ୍ତ କୋଷ୍ଟାଲ୍‌ ହାଇୱେ ନିର୍ମାଣ କରିବାକୁ ପ୍ରସ୍ତାବ ରହିଥିଲା। କିନ୍ତୁ, ପରବର୍ତ୍ତୀ ସମୟରେ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟର ଏକ୍ସପର୍ଟ ଆପ୍ରାଇସାଲ୍‌ କମିଟି(ଇଏସି)ର ପରାମର୍ଶ କ୍ରମେ ଏହାକୁ ୩୮୨କିମିକୁ ହ୍ରାସ କରି ଦିଆଯାଇଥିଲା। ଜାତୀୟ ରାଜପଥ ଟାଙ୍ଗୀଠାରୁ ଆରମ୍ଭ ହୋଇ ବ୍ରହ୍ମଗିରି, ପୁରୀ, କୋଣାର୍କ, ଅସ୍ତରଙ୍ଗ, ପାରାଦୀପ ବନ୍ଦର, ଧାମରା, ରତ୍ନପୁର ଦେଇ ଦୀଘା ପର୍ଯ୍ୟନ୍ତ କୋଷ୍ଟାଲ୍‌ ହାଇୱେ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଭଳି ନିଷ୍ପତ୍ତି ପରେ ଗଞ୍ଜାମ ଜିଲ୍ଲାରେ ପ୍ରତିକ୍ରିୟା ପ୍ରକାଶ ପାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।