ରାଜନୀତି ରାଜ୍ୟ

ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା: ଇସ୍ତଫା ଦେଲେ ଝାରସୁଗୁଡ଼ା ଜିଲ୍ଲା ସଭାପତି

ଝାରସୁଗୁଡ଼ା: ଉପନିର୍ବାଚନ ପୂର୍ବରୁ ଜିଲ୍ଲା କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି। ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ମିଶ୍ର। ଶ୍ରୀ ମିଶ୍ର ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣ ପାଇଁ ଶ୍ରୀ ମିଶ୍ର ଇସ୍ତଫା ଦେଲେ ସ୍ପଷ୍ଟ କରିନାହାନ୍ତି।

ତେବେ ସେ କଂଗ୍ରେସର ପ୍ରାଥମିକ ସଦସ୍ୟତା ଏବେ ବି ରଖିଛନ୍ତି ଓ ଏବେ ବି କଂଗ୍ରେସରେ ଅଛନ୍ତି ବୋଲି ସମ୍ବାଦକୁ କହିଛନ୍ତି। ଚଳିତ ଉପ ନିର୍ବାଚନରେ ଶ୍ରୀ ମିଶ୍ର କଂଗ୍ରେସ ଟିକେଟ ପାଇବା ନେଇ ଆଶାୟୀ ଥିଲେ ଓ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିବା କୁହାଯାଉଛି।

ମେ ୧୦ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା।

ଉଲ୍ଲେଖ ଥାଉ କି ପ୍ରଦେଶ କଂଗ୍ରେସ କମିଟିର ୫ ଜଣିଆ ଟିମ୍‌ ଝାରସୁଗୁଡ଼ା ଗସ୍ତ କରି ଦଳୀୟ ପ୍ରାର୍ଥିତ୍ବ ନେଇ କର୍ମୀ ଓ ନେତାଙ୍କ ସହ ବିଚାରବିମର୍ଶ କରିଥିଲେ।ଟିମ୍‌ ୬ ଜଣିଆ ତାଲିକା ପ୍ରସ୍ତୁତ କରି ଦଳର ରାଜ୍ୟ କମିଟିକୁ ହସ୍ତାନ୍ତର କରିଥିଲା। ତେବେ ଏଆଇସିସି ତରୁଣଙ୍କ ନାମ ଉପରେ ମୋହର ଲଗାଇଥିଲା। ତରୁଣ ହେଉଛନ୍ତି ୩ ଥରର ବିଧାୟକ ବୀରେନ୍‌ ପାଣ୍ଡେଙ୍କ ପୁଅ। ନିକଟରେ ବୀରେନ୍‌ ପାଣ୍ଡେଙ୍କ ଦେହାନ୍ତ ହୋଇଥିବାରୁ ତରୁଣଙ୍କୁ ଟିକଟ ଦେଇ ଅନୁକମ୍ପା ଭୋଟ୍‌ ହାତେଇବାକୁ କଂଗ୍ରେସ ଯୋଜନା କରୁଥିବା ଚର୍ଚ୍ଚା ହେଉଛି। ତରୁଣ କୌଣସି ସାଧାରଣ ନିର୍ବାଚନରେ ପୂର୍ବରୁ ପ୍ରତିଦ୍ବନ୍ଦିତା କରିନଥିବା ବେଳେ ପ୍ରଥମ ଥର ପାଇଁ ଦଳ ତାଙ୍କୁ ଉପ ନିର୍ବାଚନ ମଇଦାନରେ ଓହ୍ଳାଇଥିଲା। ତେବେ ଆଶାୟୀ ତାଲିକାରେ ଥାଇ ବି ଜିଲ୍ଲା ସଭାପତି ଅଶୋକ ମିଶ୍ର ଙ୍କୁ ଦଳ ଟିକେଟ ଦେଇନଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର