ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଉପରମୁହାଁ କରୋନାକୁ ଚେକ୍ ଦେବାକୁ ବିଏମସି ଆକ୍ସନପ୍ଲାନ୍ : ଏନଫୋର୍ସମେଣ୍ଟ କଡାକଡି, ସ୍କୁଲ-ହଷ୍ଟେଲ ଖାଲି, ସମ୍ କୋଭିଡ୍ ହସ୍ପିଟାଲର ଶଯ୍ୟା ୨୫୦କୁ ବଢିଲା

ଭୁବନେଶ୍ବର ୮।୪: ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କୋଭିଡ୍ ସଂକ୍ରମଣ ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ସେ କହିଛନ୍ତି ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ସେଥିପାଇଁ ଆମେ ସଜାଗ ଅଛୁ । ଏନଫୋର୍ସମେଣ୍ଟକୁ ଆମେ କମିଶନରେଟ୍ ପୋଲିସ ସହ ମିଶି ଆହୁରି ତ୍ବରାନ୍ବିତ କରିଛୁ ।

ନବମ ଏକାଦଶ ଶ୍ରେଣୀ ବାତିଲ ନେଇ ସରକାରଙ୍କ ନିର୍ଦ୍ଦେଶନାମା ପରେ ଆବାସିକ ଶିକ୍ଷାନୁଷ୍ଠାନଗୁଡିକରେ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅଧିକାଂଶ ଶିକ୍ଷାନୁଷ୍ଠାନରେ ପରୀକ୍ଷା ଶେଷ ହୋଇଛି । ଏଣୁ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ଶିକ୍ଷାନୁଷ୍ଠାନଗୁଡିକ ମଧ୍ୟ ଏହି ନିର୍ଦ୍ଦେଶ ଅନୁଯାୟୀ ଅନୁପାଳନ କରିବାକୁ କୁହାଯାଇଛି । ବୃଦ୍ଧି ପାଉଥିବା ସଂକ୍ରମଣକୁ ଚେକ୍ ଦେବା ପାଇଁ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

ବିଏମସି କମିଶନର ଆହୁରି କହିଛନ୍ତି, ଭୁବନେଶ୍ବରର ଏକମାତ୍ର ହସ୍ପିଟାଲ ସମ୍ କୋଭିଡ୍ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ୧୫୦ରୁ ୨୫୦କୁ ବୃଦ୍ଧି କରାଯାଇଛି । ପୂର୍ବରୁ ଯେଉଁ କୋଭିଡ୍ ହସ୍ପିଟାଲଗୁଡିକ ସହ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା ସେମାନଙ୍କୁ ଆବଶ୍ୟକସ୍ଥଳେ ପୁଣିଥରେ ନିୟୋଜିତ କରାଯିବ । ବର୍ତ୍ତମାନ ଆମେ ଲକଡାଉନ ଓ ସଟଡାଉନ କଥା ଚିନ୍ତା କରୁନୁ । ଏନଫୋର୍ସମେଣ୍ଟ, ମାଇକ୍ରୋ କଣ୍ଟେନମେଣ୍ଟ ଓ ସଚେତନତା ଉପରେ ଗୁରୁତ୍ବ ଦେଉଛୁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ