ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବାଣୀବିହାରରେ ଚାଲିଛି କରୋନା ପରୀକ୍ଷା

ଭୁବନେଶ୍ଵର: ଏପ୍ରିଲ ୨ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ୫୦ ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମିଲ ହେବା ପାଇଁ ଉପରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରାଯାଇଛି । ଭେଙ୍କେୟା ନାଇଡୁଙ୍କ ଗସ୍ତକୁ ନଜରରେ ରଖି କ୍ୟାମ୍ପସରେ କରୋନା ପରୀକ୍ଷା କରାଯାଉଛି । ସମାବର୍ତ୍ତନ ଉତ୍ସବରେ ମଂଚକୁ ଯିବାକୁ ଥିବା ଛାତ୍ର, ଅଧ୍ୟାପକ ଓ ଅନ୍ୟ ସମସ୍ତ କର୍ମଚାରୀଙ୍କର କରୋନା ପରୀକ୍ଷା କରାଯିବ । ସକାଳୁ କ୍ୟାମ୍ପସ ପରିସରରେ ଥିବା ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଂଟିଜେନ୍ ଟେଷ୍ଟ ଆରମ୍ଭ ହୋଇଛି ।

ଏବେ ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଉଛି । ସମାବର୍ତ୍ତନ ଉତ୍ସବରେ ବିଭିନ୍ନ ବିଭାଗରେ ପୁରସ୍କାର ପାଇବାକୁ ଥିବା ଛାତ୍ରଛାତ୍ରୀଙ୍କର କରୋନା ପରୀକ୍ଷା କରାଯାଉଛି । ଏହାସହ ସେଦିନ ସଭା ମଂଚରେ ଉପସ୍ଥିତ ରହିବାକୁ ସ୍ଥିର ହୋଇଥିବା ଅତିଥି, ଶିକ୍ଷାବିତଙ୍କ ମଧ୍ୟ ଆଂଟିଜେନ୍ ଟେଷ୍ଟ କରାଯାଉଛି ।

ଏହା ସହ ଉପରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ଅନ୍ୟ ସମସ୍ତ ଅଧିକାରୀ, କର୍ମଚାରୀ ଓ ସେବା ଯୋଗାଣକାରୀଙ୍କର ମଧ୍ୟ ଆରଟିପିସିଆର କରୋନା ପରୀକ୍ଷା କରାଯିବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ