ଅପରାଧ ରାଜ୍ୟ

ଏଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍, ଗଞ୍ଜେଇ ମାଫିଆଙ୍କୁ ସହଯୋଗ କରି ହୋଇଥିଲେ ଗିରଫ

ମାଲକାନଗିରି ୨୮।୦୪ : ମାଲକାନଗିରି ଜିଲ୍ଲାର ପୂର୍ବତନ ଏଏସଆଇ ଜୟଦାସ ଖରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ଏହି ଚଢ଼ାଉ କରାଯାଇଛି। ମାଲକାନଗିରି ସମେତ ଜୟଦାସଙ୍କ ବାସଭବନ, ନବରଙ୍ଗପୁର ଓ କୋରାପୁଟରେ ଚଢ଼ାଉ ଚାଲିଛି। କିଛିଦିନ ତଳେ ଗଞ୍ଜେଇ ମାଫିଆଙ୍କୁ ସହଯୋଗ କରିବା ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିଲେ ଜୟଦାସ ଖରା।

ଖବର ଅନୁଯାୟୀ, ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ କର୍ତନପାଲି ପୋଲିସ ଫାଣ୍ଡି ଅଧିକାରୀ ଜୟଦାସ ଖରା ଗଞ୍ଜେଇ ମାଫିଆଙ୍କ ସହ ସମ୍ପର୍କରେ ଥିଲେ। ସେ ମାଲକାନଗିରି ଜିଲ୍ଲାରୁ ଛତିଶଗଡକୁ ଗଞ୍ଜେଇ ଚାଲାଣ କରିବାରେ ମାଫିଆଙ୍କୁ ସହଯୋଗ କରୁଥିଲେ। ଏଥିପାଇଁ ସେ ଜେଲ୍ ଯାଇଥିଲେ। ତେବେ ଆଜି ଏଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।