ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଏଣିକି ଓଡ଼ିଆ ଭାଷାରେ ଓଏଏସ୍‌ ପରୀକ୍ଷା

ଭୁବନେଶ୍ବର : ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଇଂରାଜୀ ଭାଷା ବାଧକ ସାଜିବ ନାହିଁ। ଏଣିକି ଓଡ଼ିଆରେ ପ୍ରସ୍ତୁତ ହେବ ଓଏଏସ ପ୍ରଶ୍ନପତ୍ର। ଓଡ଼ିଆ ଭାଷାରେ ଉତ୍ତର ଲେଖିପାରିବେ ପରୀକ୍ଷାର୍ଥୀ। ୨୦୧୭ରେ ଇଂରାଜୀରେ ପ୍ରଶ୍ନପତ୍ର ଆସୁଥିବା ବେଳେ ଓଡ଼ିଆ ଭାଷାରେ ଉତ୍ତର ଲେଖିବାକୁ ଅନୁମତି ଦିଆଯାଇଥିଲା। ମାତ୍ର ସଚେତନତା ଅଭାବରୁ ଅନେକ ପରୀକ୍ଷାର୍ଥୀ ଏନେଇ ଅବଗତ ହୋଇପାରି ନଥିଲେ। ଉତ୍ତର ବି ଲେଖି ନ ଥିଲେ। ‌ତେଣୁ ଏବେ ପୁଣିଥରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଆ ଭାଷାରେ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ସାକ୍ଷାତକାର ପରୀକ୍ଷା ହେବ। ପ୍ରଶ୍ନପତ୍ରର ପ୍ରଶ୍ନଗୁଡ଼ିକ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ରହିବ। ପରୀକ୍ଷାର୍ଥୀ ନିଜ ସୁବିଧା ଅନୁଯାୟୀ ଇଂରାଜୀ ନ ହେଲେ ଓଡ଼ିଆ ଭାଷାରେ ଲେଖିପାରିବେ।

ଏସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ଚିଠି ଲେଖାଯାଇ ଅବଗତ କରାଯାଇଛି। ଯେଉଁଥିରେ ଉଲ୍ଲେଖ ରହିଛି ଯେ ପରୀକ୍ଷାର୍ଥୀ ଉଭୟ ଭାଷାର ପ୍ରଶ୍ନ ପାଇବେ। ନିଜ ସୁବିଧା ଅନୁଯାୟୀ ଉକ୍ତ ଦୁଇ ଭାଷା ମଧ୍ୟରୁ ଯେକୌଣସି ଗୋଟିଏରେ ଉତ୍ତର ଲେଖିପାରିବେ। ସର୍ବଭାରତୀୟ ପ୍ରଶାସନିକ ସେବାରେ ୧୯୮୦ରୁ ବହୁ ଭାଷାରେ ପରୀକ୍ଷା ହୋଇ ଆସୁଛି। ଯାହାକି ବର୍ତ୍ତମାନ ୨୨ରେ ପହଞ୍ଚିଛି। ମାତ୍ର ଓଏଏସ ପରୀକ୍ଷା ଓଡ଼ିଆ ଭାଷାରେ ହୋଇ ପାରୁ ନଥିବାରୁ ଭାଷାପ୍ରେମୀଙ୍କ ମଧ୍ୟରେ ବିଭିନ୍ନ ସମୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ଭାଷା ପ୍ରେମୀଙ୍କ ପକ୍ଷରୁ ୨୦୧୧ରେ ହାଇକୋର୍ଟରେ ଏକ ପିଟିସନ ମଧ୍ୟ ଦାଖଲ ହୋଇଥିଲା। ଯାହାର ଶୁଣାଣି କରି କୋର୍ଟ ଓଡ଼ିଆ ଭାଷାରେ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ତାହା କାର୍ଯ୍ୟକାରୀ ହୋଇପାରି ନଥିଲା। ଏବେ ଲାଗୁ ହେବାକୁ ଯାଉଥିବାରୁ ପଛୁଆ ଓ ଆଦିବାସୀ ଅଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି