ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ଏତଲା ନରଖିଲେ କାର୍ଯ୍ୟାନୁଷ୍ଠାନ। ପୁଲିସକୁ ସତର୍କ କରାଇଲେ ହାଇକୋର୍ଟ।

କନକ ବ୍ୟୁରୋ: ଏତଲା ପଞ୍ଜୀକରଣରେ ପୁଲିସ ନିଷ୍କ୍ରିୟତାକୁ ନେଇ ହାଇକୋର୍ଟ କଡା ଆଭିମୂଖ୍ୟ ଗ୍ରହଣ କରିଛନ୍ତି । ବାରମ୍ବାର ତାଗିଦ୍ ସତ୍ୱେ ପୁଲିସ ଅଧିକାରୀମାନେ ନିୟମ ଅବହେଳା କରୁଥିବାରୁ ସେମାନଙ୍କୁ ସତର୍କ କରାଇଛନ୍ତି କୋର୍ଟ । ନିୟମ ପାଳନ କରୁନଥିବା ଅଫିସରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏହି ପ୍ରସଙ୍ଗରେ ଯବାବ ଦାଖଲ ପାଇଁ ପୁଲିସ ଡିଜିଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଆବେଦନର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ଖଣ୍ଡପୀଠ କହିଛନ୍ତି, ନାଗରିକମାନେ ଥାନାକୁ ବହୁ ସଂଖ୍ୟାରେ ଅଭିଯୋଗ କରିବାକୁ ଯାଉଛନ୍ତି, ହେଲେ ସେହି ଅନୁପାତରେ ମମଲା ପଞ୍ଜିକରଣ କରାଯାଉନାହିଁ । ଏସମ୍ପର୍କିତ ସମସ୍ତ ନିୟମାବଳୀ ରାଜ୍ୟର ସବୁ ଥାନାରେ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ପ୍ରଦର୍ଶନ କରାଯିବା ଜରୁରୀ ।

ପୁଲିସ ଡିଜି ଏହା ସୁନିଶ୍ଚିତ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବର ୨୧ ତାରିଖ ସୁଦ୍ଧା ଏନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏବଂ ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୨ ତାରିଖକୁ ଧାର୍ଯ୍ୟ କରିଛନ୍ତି ଖଣ୍ଡପୀଠ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ