ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର: ତାତି କମିବ ଓ ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଅଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।
ସେପଟେ ଗତ ୨୪ ଘଣ୍ଟାରେ ୧୫ ସହରର ତାପମାତ୍ରା ବୃଦ୍ଧି ପାଇଛି। ୩୫ ଡିଗ୍ରି ଉପରେ ରାଜ୍ୟର ୮ ଟି ସହର ରହିଥିବା ଜଣାଯାଇଛି। ଅନୁଗୁଳ ଜିଲ୍ଲା ତାଳଚେରର ତାପମାତ୍ରା ୩୮.୮ ଡିଗ୍ରି ରେକର୍ଡ କରାଯାଇଛି, ଯାହାକି ରାଜ୍ଯର ସବୁଠାରୁ ଉତ୍ତପ୍ତ ସହର। ରାଜଧାନୀର ତାପମାତ୍ରା ୩୮.୪ ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ଆଗୁଆ ଆକଳନ କରିଚି ଆଞ୍ଚଳିକ ପାଣିପାଗ ବିଭାଗ। ଆଗକୁ ୨ ଡିଗ୍ରି ତାପମାତ୍ରା କମିବାର ସମ୍ଭାବନା ରହିଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l