ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଜଗତସିଂହପୁର ଟାଉନ୍ : ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଦୁଷ୍କର୍ମ ମାମଲାରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଏପରିକି ତଦନ୍ତ ଠିକ୍ ଭାବେ ହେଉ ନ ଥିବା ଅଭିଯୋଗ କରି ଜାତୀୟ ମାନବାଧିକାର କମିସନ(ଏନଏଚଆରସି)ଙ୍କ ଦ୍ବାରସ୍ଥ ହୋଇଛନ୍ତି ‘ନ୍ୟାୟ ପାଇଁ ଲଢ଼େଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ। ସେହିପରି ମାମଲା ଉଠାଇ ନେବାକୁ ଅଭିଯୋଗକାରୀ ସୋମାଲିକା ଦାଶଙ୍କୁ ବିଧାୟକଙ୍କ ସମର୍ଥକମାନେ ଧମକ ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ କମିସନ ହସ୍ତକ୍ଷେପ କରି ତଦନ୍ତ କରିବାକୁ ଶ୍ରୀ ଦାଶ କମିସନଙ୍କ ନିକଟରେ ନିବେଦନ କରିଥିବା ବେଳେ ଅଭିଯୋଗକୁ କମିସନ ଗ୍ରହଣ କରିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗତ ୨ ତାରିଖରେ ସୋମାଲିକା ଜଗତସିଂହପୁର ଥାନାର ଦ୍ବାରସ୍ଥ ହୋଇଥିଲେ। ପୁଲିସ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ ଦୁଷ୍କର୍ମ, ଗର୍ଭପାତ ଭଳି ମାମଲା ରୁଜୁ କରିଥିଲା। ସେହିପରି ଫୋନ୍ କଲ ନେଇ ଗତ ୨୧ ତାରିଖରେ ଥାନାର ଦ୍ବାରସ୍ଥ ହୋଇଥିଲେ ସୋମାଲିକା।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l