ରାଜ୍ୟ

ଏବେ ପଟିଦିଅଁ ପୂଜା

ପୁରୀ: ସ୍ନାନମଣ୍ଡପରେ ସୁନାକୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଅଣସର ଘର ଅଣସର ପିଣ୍ଡିରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଜୟବିଜୟ ଦ୍ବାର ଓ କଳାହାଟ ଦ୍ବାର ମଝିରେ ଅଣସର ଘରେ ଅସୁସ୍ଥ ଶ୍ରୀଜିଉଙ୍କ ବିଜେ ପରେ ଶ୍ରୀମନ୍ଦିରରେ ରବିବାରଠାରୁ ପଟିଦିଅଁ ପୂଜା ପାଇବେ। ଏଥିପାଇଁ ଆଜି ବିଳମ୍ବିତ ରାତିରେ ପଟିଦିଅଁ ଓ ଅନ୍ୟ ଦେବଦେବୀ ଶ୍ରୀମନ୍ଦିରକୁ ବିଜେ କରିଛନ୍ତି। ଅନ୍ୟପଟେ ଆଜି ବାହୁଡ଼ାପହଣ୍ଡି ଶେଷ ପରେ ବିଳମ୍ବିତ ରାତିରେ ଶ୍ରୀଜିଉଙ୍କ ସୁନାଚିତା ଓ ରାହୁଲେଖା ମଇଲମ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲାଗିଥିବା ସୁନା ଅଳଙ୍କାର ଆଦି ଖୋଲି ଦଇତାପତି ସେବକମାନେ ଭଣ୍ଡାର ମେକାପଙ୍କ ଜିମା ଦେଇଛନ୍ତି। ପରେ ଅଣସର ତାଟି ବନ୍ଧା ଯାଇଛି। ଏଥିପାଇଁ ଆବଶ୍ୟକ ତାଟି ଓ ପଟା ଶ୍ରୀମନ୍ଦିରକୁ ନିଆଯାଇଥିଲା।

ଚଳିତବର୍ଷ ୧୫ ଦିନ ବଦଳରେ ଶ୍ରୀଜିଉଙ୍କ ଅଣସର ନୀତି ୧୩ ଦିନ ଧରି ଚାଲିବ। ଏହି ସମୟରେ ଶ୍ରୀଜିଉଙ୍କ ବଦଳରେ ପଟିଦିଅଁ ପୂଜା ପାଇବେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ଦେବୀ ସୁଭଦ୍ରାଙ୍କ ରୂପରେ ମା’ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ ବି ପୂଜା ପାଇବେ। ଅନ୍ୟପଟେ ଆସନ୍ତାକାଲିଠାରୁ ଅଣସରକାଳୀନ ଗୁପ୍ତନୀତି ଆରମ୍ଭ ହେବ। ଜୟବିଜୟ ଦ୍ବାର ବନ୍ଦ ଓ ବେହେରଣ ଦ୍ବାର ଫିଟିବା ନୀତି ଅନୁଷ୍ଠିତ ହେବ। ଦଇତାପତି ସେବକମାନେ ଅଣସରର ଗୁପ୍ତସେବା ପାଇଁ ପ୍ରତିଦିନ ବେହେରଣ ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଅଣସରର ଗୁପ୍ତନୀତି ପରେ ମହାପ୍ରଭୁ ନବଯୌବନ ବେଶ ସହ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରକୁ ବାହାରିବେ। ଏହି ୧୩ ଦିନ ପଟିଦିଅଁମାନେ ଶ୍ରୀମନ୍ଦିର ଅଣସର ତାଟି ନିକଟରେ ପୂଜା ପାଇବେ। ମହାପ୍ରଭୁଙ୍କ ବଦଳରେ ପଟିଦିଅଁଙ୍କଠାରେ ଷାଠିଏ ପଉଁଟି ଭୋଗ ଲାଗି ହେବ। ଏହି ସମୟରେ ମହାପ୍ରଭୁଙ୍କଠାରେ ଫଳ, ଚକଟା ଭୋଗ ଆଦି ଲାଗି ହେବ। ଘନ ଅନ୍ଧକାର ଭିତରେ ଏହି ଭୋଗ ଲାଗି ସହ ଗୁପ୍ତସେବା ଅନୁଷ୍ଠିତ ହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।