ରାଜ୍ୟ ସ୍ୱାସ୍ଥ୍ୟ

ଏବେ ଯାଏଁ ୬୧ ହଜାର ଆକ୍ଟିଭ୍‌ କେସ୍‌, ଲକ୍ଷଣ ନଥିଲେ ଟେଷ୍ଟ କରନ୍ତୁ ନାହିଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୧୫।୦୧ : ଲକ୍ଷଣ ନଥିଲେ କରନ୍ତୁ ନାହିଁ କୋଭିଡ଼୍ ଟେଷ୍ଟିଂ। ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ରଙ୍କ କହିଛନ୍ତି। ଏ ନେଇ ଜିଲ୍ଳା ଗୁଡିକୁ ସ୍ୱାସ୍ଥ୍ୟ ବିଭାଗ ଜଣାଇଛି ବୋଲି କହିଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଆଜି ସୁଦ୍ଧା ୬୧ ହଜାର ପଜିଥିଭ୍ ଥିବା ବେଳେ ମାତ୍ର ୧୧୦୦ ଡାକ୍ତରଖାନାରେ ଅଛନ୍ତି । ଦୁଇ ପ୍ରତିଶତରୁ କମ୍ ହସପିଟାଲରେ ଅଛନ୍ତି । ଆଇସିୟୁରେ ପ୍ରାୟ ୩୦୦ ଲୋକ ଅଛନ୍ତି । ଗାଇଡ ଲାଇନ ଅନୁସାରେ ବୃଦ୍ଧ ବ୍ୟକ୍ତି ବି ଲକ୍ଷଣ କମ୍ ଥିଲେ ଆଇସୋଲେସନରେ ରହିବା ଭଲ। ଏହା ସହ ଅନାବଶ୍ୟକ ମେଡ଼ିସିନ୍ ବ୍ୟବହାର କରିବାକୁ ମଧ୍ୟ ସତର୍କ କରିଛନ୍ତି । ଭାଇରାଲ ଫ୍ଳୁ ପାଇଁ ଆଣ୍ଟିବାଓଟିକ୍ ଆବଶ୍ୟକ ନାହିଁ, ଏଣୁ ଅଯଥା ମେଡିସିନ୍ ବ୍ୟବହାର ଦରକାର ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ବାରମ୍ବାର କହିଥିବା କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ