ଲାଇଫ୍ ଷ୍ଟାଇଲ ସ୍ୱାସ୍ଥ୍ୟ

ଏହି ସବୁ ଖାଦ୍ୟ ଦୈନିକ ଖାଆନ୍ତୁ ନାହିଁ, ଅନେକ ଅସୁବିଧାର ହୋଇପାରନ୍ତି ସମ୍ମୁଖୀନ

ଶରୀରର ହାଡ଼କୁ ମଜଭୁତ ରଖିବା ପାଇଁ ଆମକୁ କ୍ୟାଲସିୟମ୍ ଓ ଭିଟାମିନ୍ ଡି’ର ଖୁବ୍ ଆବଶ୍ୟକତା ରହିଛି। କିନ୍ତୁ ଦିନ ସାରା ଆମେ ବହୁ ଏମିତି ଖାଦ୍ୟ ଖାଇଥାଉ ଯାହା ଦ୍ୱାରା ହାଡ଼ ଦୁର୍ବଳ ହୋଇଯାଏ। ସେହି ସବୁ ଖାଦ୍ୟ ସଂପର୍କରେ ନିମ୍ନରେ ଉଲ୍ଲେଖ କରାଯାଇଛି।

ନମ୍କିନ୍ (ଖଟାମିଠା), ଚିପ୍ସ୍ ଭଳି ସ୍ନାକ୍ସରେ ସୋଡିୟମର ମାତ୍ରା ବହୁ ଅଧିକ ଥାଏ। ଏହାକୁ ଅଧିକ ଖାଇଲେ ଶରୀରର କ୍ୟାଲସିୟମ୍ ମୂତ୍ରାଶୟରୁ ବାହାରକୁ ପଳାଇ ଯାଇଥାଏ, ଯାହା ଦ୍ୱାରା ହାଡ଼ ଦୁର୍ବଳ ହୋଇଯାଏ।

ଚିନିଜାତୀୟ ଖାଦ୍ୟ ଓ ପାନୀୟରେ ଫସଫରିକ୍ ଏସିଡ୍ ଭଳି ରାସାୟନିକ ପଦାର୍ଥ ବହୁ ମାତ୍ରାରେ ଥାଏ। ଏହାକୁ ଅଧିକ ମାତ୍ରାରେ ଖାଇଲେ ହାଡ଼ ଦୁର୍ବଳ ହୋଇଯାଏ। ଏମିତିରେ ହାଡ଼ ଭାଙ୍ଗିବା ସମସ୍ୟା ବଢ଼ିପାରେ।

ପ୍ୟାକେଟରେ ଆସୁଥିବା ତିଆରି ହୋଇଥିବା ଖାଦ୍ୟରେ ସୋଡିୟମର ମାତ୍ରା ଅଧିକ ରହିଥାଏ। ଏହା ଶରୀରରେ କ୍ୟାଲସିୟମ୍‌ର ମାତ୍ରା କମ୍ କରିଥାଏ। ଏହା ଯୋଗୁ ହାଡ଼ ଦୁର୍ବଳ ହୋଇଥାଏ।

ବର୍ଗର, ପିଜା, ପାସ୍ତା ଆଦି ଜଙ୍କ୍ ଫୁଡ୍‌ରେ ସୋଡିୟମ୍ ଅନେକ ମାତ୍ରାରେ ଥାଏ। ଏହା ମଧ୍ୟ ଶରୀରରେ କ୍ୟାଲ୍ସିୟମ୍‌ର ମାତ୍ରାକୁ କମ୍ କରିଥାଏ, ଯାହାଦ୍ୱାରା ହାଡ଼ ଦୁର୍ବଳ ହୋଇଥାଏ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ