ଭୁବନେଶ୍ୱର ୧୪/୪: ଆଜି ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି । ଏହି ଉପଲକ୍ଷେ ଓଡ଼ିଶାର ଜନସାଧାରଣଙ୍କୁ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଆପଣମାନଙ୍କ ମନୋସ୍କାମନା ପୂର୍ଣ୍ଣ ହେଉ ଏହା ହିଁ ମୋର ପ୍ରାର୍ଥନା ।
ସେହିପରି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳକାମନା କରିଛନ୍ତି ଧର୍ମେନ୍ଦ୍ର ।