ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୬।୧୨ : ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ପଡ଼ିବନି । ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ । ୮ ତାରିଖ ସୁଦ୍ଧା ଏହା ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ । ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି, ଓଡ଼ିଶା ଉପରେ ବାତ୍ୟାର ପ୍ରାୟତଃ ପ୍ରଭାବ ରହିବନି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିବ । କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ବଢ଼ିଯିବ । ଏଥିପାଇଁ ଶୀତ କମିବ । ୮ ଓ ୯ ତାରିଖ ଅଧିକ ଶୀତ ଅନୁଭୂତ ହେବନି ।
ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ପ୍ରାୟ ଦୁଇ ଡିଗ୍ରୀ କମିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବଲାଙ୍ଗୀରରେ କୁହୁଡ଼ି ପଡ଼ିବ ।
ସୋମବାର ରାଜ୍ୟର ୧୨ ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ଥିଲା । ସୁନ୍ଦରଗଡ଼ର କିରେଇରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରେକର୍ଡ ହୋଇଛି । ଦାରିଙ୍ଗିବାଡ଼ି ଓ ଜି. ଉଦୟଗିରିରେ ୧୨, ଫୁଲବାଣୀରେ ୧୨.୫, ସିମିଳିଗୁଡ଼ାରେ ୧୨.୬, ସୁନ୍ଦରଗଡ଼ରେ ୧୨.୮, କୋରାପୁଟରେ ୧୩, କେନ୍ଦୁଝରରେ ୧୩.୪, ରାଣୀତାଳରେ ୧୩.୫, ଭବାନୀପାଟଣାରେ ୧୪.୨, ବାରିପଦାରେ ୧୪.୫, ବାଲେଶ୍ୱରରେ ୧୪.୫, ଅନୁଗୁଳରେ ୧୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l