ରାଜ୍ୟ ସ୍ପେଶାଲ ରିପୋର୍ଟ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କଲେ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ  ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସର ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ।୧୯, ୬୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ। ଏହାପରେ ୩ଟା ୩୦ରେ ପାଖ ପଡ଼ିଆରେ ଆୟୋଜିତ ‘ମୋଦୀ ଗ୍ୟାରେଣ୍ଟି’ ସଭାରେ ‘ବିକଶିତ ଓଡ଼ିଶା-ବିକଶିତ ଭାରତ’ ଯୋଦ୍ଧାମାନଙ୍କୁ ସମ୍ବୋଧିତ କରିବେ। ଏଥିରେ ବିଜେପିର ସମସ୍ତ ସାଂସଦ, ବିଧାୟକ ଓ ପଦାଧିକାରୀମାନେ ଯୋଗଦେଇଛନ୍ତି।

ଅପରପକ୍ଷେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତକୁ ନଜରରେ ରଖି ଭୁବନେଶ୍ବରୁ ଚଣ୍ଡିଖୋଲ ‌ପର୍ଯ୍ୟନ୍ତ ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୬ଜଣ ଅତିରିକ୍ତ ଡିସିପି, ୧୦ଜଣ ଏସିପି, ୧୯ଜଣ ଇନ୍ସପେକ୍ଟର, ୬୯ ଅଫିସର ଏବଂ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ। ଏହାବ୍ୟତୀତ ଗୋଟିଏ ୟୁନିଟ୍ ଏସଟିଓ ଓ ଓଡ୍ରାଫ୍ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।