ରାଜ୍ୟ ସ୍ପେଶାଲ ରିପୋର୍ଟ

ଓଡ଼ିଶା ଆସୁଛନ୍ତି ଆନ୍ଧ୍ର ରାଜ୍ୟପାଳ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଆସନ୍ତା ୧୨ ତାରିଖରୁ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ।

୧୨ତାରିଖ ଅପରାହ୍ନରେ ଖୋର୍ଦ୍ଧା ବାଣପୁର ନିକଟ ଗମ୍ଭାରୀମୁଣ୍ଡାରେ ପ୍ରତିଷ୍ଠିତ ପତିତପାବନ ସରକାରୀ ଉଚ୍ଚବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଉଦ୍‌ଘାଟକ ଓ ମୁଖ୍ୟଅତିଥି ଭାବେ ଯୋଗଦେବେ। ୧୪ରେ ବାଲିଅନ୍ତା ନିକଟ ଯଶୁଆପୁର ଖେଳ ପଡ଼ିଆରେ ଯଶୁଆପୁର ବିକାଶ ପରିଷଦ ପକ୍ଷରୁ ଆୟୋଜିତ ‘ଷଷ୍ଠ ଯଶୁଆପୁର ମହୋତ୍ସବ’ରେ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ୧୫ ତାରିଖ ଦିନ ଚ୍ୟାନେଲ ଓଡ଼ିଶା ଓ ରିଜିଓନାଲ ଟ୍ରଷ୍ଟ ଆନୁକୂଲ୍ୟରେ ଅନୁଷ୍ଠିତ ପାଇକ ବିଦ୍ରୋହର ଅନ୍ୟତମ ଯୋଦ୍ଧା ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ୨୫୫ତମ ଜୟନ୍ତୀ ଅବସରରେ ପାଳିତ ‘କ୍ରାନ୍ତି ମହୋତ୍ସବ’ରେ ଯୋଗଦାନ କରିବେ। ୧୬ ତାରିଖ ପୂର୍ବାହ୍ନରେ ସେ ବିଜୟୱାଡାସ୍ଥିତ ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ଥିବା ଆନ୍ଧ୍ର ରାଜଭବନ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

 

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।