ରାଜ୍ୟ

ଓଡ଼ିଶା ୨୦୩୬ ପର୍ଯ୍ୟନ୍ତ ହକି ଦଳ ପ୍ରାୟୋଜକ: ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆ କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି। ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆର ପ୍ରାୟୋଜକ ଅବଧି ସମୟକୁ ୨୦୩୩ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଯେ ହକିର ଉନ୍ନତି ପାଇଁ ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ ଯୋଗାଇଦେବେ।

ରାଜ୍ୟ ଅତିଥି ଭବନଠାରେ ଆଜି ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କି ଓ ସମ୍ପାଦକ ଭୋଳାନାଥ ସିଂହ ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ବେଳେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଥିଲେ। ଏହି ଅବସରରେ ସେମାନେ କହିଥିଲେ ଯେ ହକି ପାଇଁ ଓଡ଼ିଶାକୁ ବିଶ୍ୱରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ଏବଂ ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବାକୁ ହେବ।

ଏହି ଅବସରରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ ହକି ପ୍ରତି ଓଡ଼ିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଓଡ଼ିଶା ସରକାର ୨୦୧୮ ମସିହାରୁ ଭାରତୀୟ ହକି ଦଳର ପ୍ରାୟୋଜକ ଦାୟିତ୍ୱ ନେଇଛନ୍ତି। ୨୦୨୩ରେ ରାଜ୍ୟ ସରକାର ଆଉ ୧୦ ବର୍ଷ ବଢ଼ାଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।